Masthead

ସମ୍ବଲପୁରରେ ଲଜ୍ଜା: ଛାତ୍ରୀଙ୍କୁ ଯୌନ ନିର୍ଯ୍ୟତନା

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ହୋମିଓପ୍ୟାଥିକ କଲେଜରେ ରାଗିଂ । ରାଗିଂ ନାଁରେ ୪ ଛାତ୍ରୀଙ୍କୁ ଯୌନ ନିର୍ଯ୍ୟାତନା । ୧ ତାରିଖରେ ଦିଲ୍ଲୀର ନ୍ୟାସନାଲ ଆଣ୍ଟି ରାଗିଂ ସେଲରେ ଅଭିଯୋଗ ହୋଇଥିଲା । ଅଭିଯୋଗ ଆଧାରରେ କଲେଜ ଆଣ୍ଟି ରାଗିଂ ସେଲ ପକ୍ଷରୁ ତଦନ୍ତ ଜାରି ରହିଛି । ୫ ଜଣ ଛାତ୍ରୀଙ୍କ ସହ ଜଣେ ଛାତ୍ରଙ୍କ ବିରୋଧରେ ରାଗିଂ ଅଭିଯୋଗ ଆସିଛି। ମାର୍ଚ୍ଚ ୩୧ରେ ୨ ଗୋଷ୍ଠୀ ଛାତ୍ରୀଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା।

ବିବାଦ ନେଇ କଲେଜ ଅଧ୍ୟକ୍ଷଙ୍କ ନିକଟରେ ଅଭିଯୋଗ ମଧ୍ୟ ହୋଇଥିଲା ବୋଲି ହୋମିଓପ୍ୟାଥିକ୍ କଲେର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ସିଂ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଦିଲ୍ଲୀର ଆଣ୍ଟି ରାଗିଂ ସେଲରୁ ଏକ ଫୋନ୍‌ କଲ ଆସିଥିଲା। ପରେ ରାଗିଂ ବିଷୟରେ ଆମେ ଜାଣିବାକୁ ପାଇଲୁ । ରାଗିଂ ନେଇ ସୁପରିଟେଣ୍ଟ କିମ୍ବା ମୋ ପାଖରେ ଅଭିଯୋଗ ହୋଇନାହିଁ। ଆମକୁ କୌଣସି ଲିଖିତ ଅଭିଯୋଗ ଦିଆଯାଇ ନାହିଁ। ଏହା ଛାତ୍ରୀନିବାସରେ ହୋଇଛି। ତେବେ କାହାରି ନା ପ୍ରକାଶ କରିବାକୁ ମନା କରିଛନ୍ତି ଆଣ୍ଟି ରାଗିଂ ସେଲ। ୫ ଜଣ ଛାତ୍ରୀ ଓ ଜଣେ ଛାତ୍ରଙ୍କ ବିରୋଧରେ ଅଭିଯୋଗ ଆସିଛି। ତେବେ କଲେଜରେ ଥିବା ଆଣ୍ଟି ରାଗିଂ ସେଲ ଘଟଣାର ତଦନ୍ତ ଆରମ୍ଭ କରିଛି ବୋଲି ଅଧ୍ୟକ୍ଷ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ