Masthead

ଭାରତରେ ହମାସ ପରି ଆକ୍ରମଣ କରିବାକୁ ଧମକ ଦେଲା ଖଲିସ୍ତାନୀ ଆତଙ୍କୀ ଗୁରପତୱନ୍ତ ସିଂ ପନ୍ନୁନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ଇସ୍ରାଏଲ ଉପରେ ପାଲେଷ୍ଟାଇନ ଆତଙ୍କବାଦୀ ହମାସ ଯେଉଁଭଳି ଆକ୍ରମଣ କରିଛି, ଠିକ ସେଭଳି ଢଙ୍ଗରେ ଭାରତ ଉପରେ ମଧ୍ୟ ଆକ୍ରମଣ କରାଯିବ ବୋଲି ଖଲିସ୍ତାନୀ ଆତଙ୍କବାଦୀ ଗୁରପତୱନ୍ତ ସିଂହ ପନ୍ନୁନ୍‌ ଧମକ ଦେଇଛି। ଖଲିସ୍ତାନୀ ଆତଙ୍କବାଦୀ ଗୁରପତୱନ୍ତ  ସିଂ ପନ୍ନୁନ୍‌ ଅନ୍‌ଲାଇନରେ ଏକ ନୂଆ ଭିଡିଓ ଜାରି କରିଛନ୍ତି, ଯେଉଁଥିରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧମକ ଦେଇଛନ୍ତି। ଇସ୍ରାଏଲ୍‌-ପାଲେଷ୍ଟାଇନ୍‌ ଯୁଦ୍ଧରୁ ଶିକ୍ଷାଲାଭ କର, ନଚେତ୍‌ ଭାରତକୁ ସମାନ ପ୍ରତିକ୍ରିୟା ଅପେକ୍ଷା କରିଛି ବୋଲି ସେ କହିଛନ୍ତି।

ଆମେରିକାରେ ବେଆଇନ ଶିଖ୍‌ସ ଫର୍‌ ଜଷ୍ଟିସ ସଂଗଠନର ମୁଖ୍ୟ ପନ୍ନୁନ୍‌ କହିଛନ୍ତି, ପଞ୍ଜାବରୁ ପାଲେଷ୍ଟାଇନ୍‌ ଆଧିପତ୍ୟ କରିଥିବା ଲୋକେ ପ୍ରତିକ୍ରିୟା ପ୍ରକାଶ କରିବେ ଏବଂ ହିଂସାର ଫଳ ହିଂସା ହେବ। ଭାରତ ଯଦି ପଞ୍ଜାବକୁ ଅକ୍ତିଆର କରିରଖେ, ତେବେ ଯେଉଁ ପ୍ରତିକ୍ରିୟା ସୃଷ୍ଟି ହେବ, ପ୍ରଧାନମନ୍ତ୍ରୀ ମୋଦି ସେଥିପାଇଁ ଦାୟୀ ରହିବେ ବୋଲି ପନ୍ନୁନ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ