Masthead

ବଢ଼ିଲା କିଙ୍ଗ ଖାନ୍‌ଙ୍କ ସୁରକ୍ଷା, ହତ୍ୟା ଧମକ ପରେ ମିଳିଲା ୱାଇ ପ୍ଲସ୍‌ ସୁରକ୍ଷା

ମହାରାଷ୍ଟ୍ର(ବଡ଼ ଖବର ବ୍ୟୁରୋ): ବଲିଉଡ ଅଭିନେତା ଶାହାରୁଖ ଖାନ୍ଙ୍କୁ ୱାଇ ପ୍ଲସ୍ ସୁରକ୍ଷା ପ୍ରଦାନ । ହତ୍ୟା ଧମକ ମିଳିବା ପରେ ତାଙ୍କ ସୁରକ୍ଷା ବ୍ୟବସ୍ଥା ବଢାଇଦିଆଯାଇଛି । ସୁରକ୍ଷା ବୃଦ୍ଧି କରି ୱାଇ ପ୍ଲସ୍‌ ଦେଲେ ମହାରାଷ୍ଟ୍ର ସରକାର । ମୁମ୍ବାଇ ପୋଲିସ ତରଫରୁ ମିଳିଥିବା ସୂଚନା ଅନୁଯାୟୀ ଶାହାରୁଖ ଖାନ ରାଜ୍ୟ ସରକାରଙ୍କୁ ଏକ ଲିଖିତ ଅଭିଯୋଗ କରିଛନ୍ତି ଯେ ‘ପଠାନ’ ଏବଂ ‘ଜୱାନ’ ଚଳଚ୍ଚିତ୍ର ପରେ ତାଙ୍କୁ ହତ୍ୟା କରାଯିବ ବୋଲି ଧମକ ଦିଆଯାଉଛି। ଏହା ପରେ ମହାରାଷ୍ଟ୍ର ସରକାର ତାଙ୍କ ସୁରକ୍ଷାକୁ ଓ୍ବାଇ + କୁ ବୃଦ୍ଧି କରିଛନ୍ତି।

ଏବେ ଶାହାରୁଖ ୱାଇ ପ୍ଲସ ସୁରକ୍ଷା ପାଇବା ପରେ ରାଜ୍ୟରେ ତାଙ୍କ ଗସ୍ତ ସମୟରେ ୧୧ ଜଣ ସୁରକ୍ଷା କର୍ମୀ ନିୟୋଜିତ ରହିବେ । ଯେଉଁଥିରେ ୬ ଜଣ କମାଣ୍ଡୋ, ୪ ଜଣ ପୁଲିସ କର୍ମଚାରୀଙ୍କ ସହିତ ଜଣେ ଟ୍ରାଫିକ କ୍ଲିଅରେନ୍ସ ପାଇଁ ରହିବେ । ଶାହାରୁଖ ଅଣ୍ଡରୱାଲର୍‌ଡ ଏବଂ ଗ୍ୟାଙ୍ଗଷ୍ଟରଙ୍କ ଟାର୍ଗେଟରେ ଅଛନ୍ତି। ଏହା ପୂର୍ବରୁ କେବଳ ଦୁଇଜଣ ପୋଲିସ ତାଙ୍କ ସୁରକ୍ଷା ଅଧୀନରେ ଥିଲେ। ଶାହାରୁଖ ଖାନ ନିଜେ ଓ୍ବାଇ + ସୁରକ୍ଷା ଖର୍ଚ୍ଚ ବହନ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି