Masthead

ଓଡ଼ିଶାର ବିଜେପି ଟିକେଟ୍ ନେଇ ରାତି ଅଧ ପର୍ଯ୍ୟନ୍ତ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ବିଜେଡି-ବିଜେପି ମେଣ୍ଟ ହେବ ନା ନାହିଁ ତାହା ଉପରୁ ପରଦା ଉଠିପାରୁନାହିଁ। କୌଣସି ସ୍ପଷ୍ଟ ସୂଚନା ମିଳୁ ନ ଥିବାରୁ ଏଯାବତ ରାଜନୈତିକ ଦଳର କର୍ମୀ ଏବଂ ନେତାଙ୍କ ମନରୁ ମେଣ୍ଟ ଦ୍ୱନ୍ଦ୍ୱ ଦୂର ହେଉନାହିଁ। ଅପରପକ୍ଷେ ନିର୍ବାଚନ କମିଶନଙ୍କ ଘୋଷଣା ମୁତାବକ ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପାଇଁ ଆହୁରି ପାଖାପାଖି ଦେଢ଼ ମାସ ରହିଛି। ଏଭଳି ସ୍ଥିତିରେ ବିଜେପି ୩ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାର କିଛି ଆସନ ଲାଗି ପ୍ରାର୍ଥୀଙ୍କ ନାଁ ଘୋଷଣା କରିପାରେ ବୋଲି ଚର୍ଚ୍ଚା ହେଉଛି।

ସେପଟେ ଦିଲ୍ଲୀରେ ଅଟକିଛି ରାଜ୍ୟ ବିଜେପିର ଭାଗ୍ୟ । ଓଡ଼ିଶାର ବିଜେପି ଟିକେଟ୍ ନେଇ ରାତି ଅଧ ପର୍ଯ୍ୟନ୍ତ ବୈଠକ ହୋଇଛି । ଗତକାଲି ରାଜ୍ୟ ନେତୃତ୍ୱଙ୍କ ସହ ରାତି ଅଧ ପର୍ଯ୍ୟନ୍ତ ବୈଠକ କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଅମିତ ଶାହ ଆସନୱାରୀ ଆଲୋଚନା କରିବା ସହ ପ୍ରତି ନିର୍ବାଚନମଣ୍ଡଳୀର ସ୍ଥିତି ବୁଝିଥିବା ସୂଚନା ମିଳିଛି ।

ଏହି ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ବୈଜୟନ୍ତ ପଣ୍ଡା, ସମ୍ବିତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ । ସୋମବାର ରାତି ୨ଟା ପର୍ଯ୍ୟନ୍ତ ମଧ୍ୟ ରାଜ୍ୟ ନେତାଙ୍କ ସହ ଆଲୋଚନା କରିଥିଲେ କେନ୍ଦ୍ରୀୟ ନେତୃତ୍ୱ । ସେପଟେ ଆଜି ଦିଲ୍ଲୀରେ ବିଜେପିର ସିଇସି ଅର୍ଥାତ୍ କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସୁଛି । ଏଥିରେ ଓଡ଼ିଶା ସଂପର୍କରେ ଆଲୋଚନା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର