Masthead

କଟକରେ ଶାହାଙ୍କ ରୋଡ ସୋ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆରମ୍ଭ ହୋଇଯାଇଛି ନିର୍ବାଚନ ଯୁଦ୍ଧ । ନିର୍ବାଚନ ପ୍ରଚାରକୁ ଶାଣିତ କରିବା ଏବଂ ରାଜ୍ୟ ବିଜେପିକୁ ବଳ ଦେବାକୁ ଓଡ଼ିଶା ଆସୁଛନ୍ତି ବିଜେପିର ହେଭିୱେଟ । ଗତକାଲି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । କାଲି କଟକରେ କରିବେ ରୋଡ୍ ସୋ’ । ତେବେ ଗୃହମନ୍ତ୍ରୀଙ୍କ ଗସ୍ତ ସୂଚୀରେ କିଛି ପରିବର୍ତ୍ତନ କରାଯାଇଛି । ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଥିବା ଅମିତ ଶାହାଙ୍କ କଟକ ସହ ଆସ୍କାର ସୋରଡା ଓ ବୌଦ୍ଧରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି ।

କାଲି ଦିନ ୧୨ଟା ୩୦ରେ ଅମିତ ଶାହା ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ । ସେଠାରୁ ସ୍ୱତନ୍ତ୍ର ବିମାନ ଯୋଗେ ସୋରଡା ଯିବେ । ଦିନ ଗୋଟାଏ ୩୦ରେ ସୋରଡାରେ ଜନସଭାରେ ସାମିଲ ହୋଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ । ଏହା ପରେ ୩ଟା ୩୦ରେ ବୌଦ୍ଧରେ ପହଞ୍ଚି ଦଳୀୟ ସମାବେଶରେ ସାମିଲ ହେବେ । ସେଠାରୁ କଟକ ଆସିବେ ଅମିତ ଶାହା । ସଂଧ୍ୟା ୫ଟା ୩୦ରେ କଟକରେ ରୋଡ୍ ସୋ’କରିବେ । ପୂର୍ବରୁ ରାଉରକେଲା ଓ କଣ୍ଟାବାଞ୍ଜିରେ ଅମିତ ଶାହାଙ୍କ କାର୍ଯ୍ୟକ୍ରମ ସ୍ଥିର କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ