Masthead

ବାରିପଦାରେ ଲଜ୍ଜା

ବାରିପଦା (ବଡ଼ ଖବର ବ୍ୟୁରୋ): ଥମୁନି ଲଜ୍ଜା। ପୁଣି ଜଣେ ଶିଶୁକୁ ବଳାତ୍କାର। ୪ବର୍ଷର ଶିଶୁକୁ ବୁଲାଇ ନେବା ବାହାନାରେ ବାରିପଦା ସହର ନିକଟ ଏକ ଜଙ୍ଗଲରେ ବଳାତ୍କାର କରିଛନ୍ତି ଜଣେ ଯୁବକ। ସୂଚନା ମୁତାବକ ବାରିପଦା ସହର ୱାର୍ଡ ନମ୍ବର ୧୧ ସୁନାମୁହିଁ ଅଞ୍ଚଳର ଲାଡୁଲୁ ସିଂଙ୍କ ପୁଅ ଶିବ ସିଂ (୨୬) ଶନିବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଷ୍ଟେସନ ବଜାର ଅଞ୍ଚଳରେ ରହୁଥିବା ତାଙ୍କ ପରିଚିତ ଜଣେ ୪ବର୍ଷର ଶିଶୁକୁ ବୁଲାଇନେବାକୁ କହି ଘରୁ ଡାକିନେଇଥିଲେ। ଜଙ୍ଗଲକୁ ନେଇ ବଳାତ୍କାର କରିଥିଲେ। ରାତିରେ ଘରେ ଛାଡ଼ିବା ପରେ ଶିଶୁଟି ସମସ୍ତ ବିଷୟ ପରିବାର ଲୋକଙ୍କୁ ଜଣାଇଥିଲା। ପରିବାର ଲୋକେ ଏ ନେଇ ବାରିପଦା ଟାଉନ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତୁରନ୍ତ ମାମଲା ରୁଜୁ କରି ଶିବ ସିଂଙ୍କୁ ଗିରଫ କରିଛି। ଅନ୍ୟପଟେ ଶିଶୁଟିର ଅବସ୍ଥା ଗୁରୁତର ଥିବାରୁ ତାକୁ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା