ବିଜେପି ଲୋକମାନଙ୍କ ମଧ୍ୟରେ ମତଭେଦ ସୃଷ୍ଟି କରିବାକୁ ଚାହୁଁଛି: ଶରଦ ପାୱାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ମହାରାଷ୍ଟ୍ର ରାଜନୀତିରେ ଲାଗି ରହିଛି ଅସ୍ଥିରତା । କିଛି ଦିନ ତଳେ ଚାଚା ଓ ଭତିଜାଙ୍କ ମଧ୍ୟରେ ହୋଇଥିବା ହୋଇଥିବା ଗୁପ୍ତ ବୈଠକକୁ ନେଇ ଚର୍ଚ୍ଚା ଜୋର ଧରିଛି । ଆଉ ଏପଟେ ଏନସିପି ସୁପ୍ରିମୋ ଶରଦ ପାୱାର ବୁଧବାର ବିଜେପିରୁ କୌଣସି ଅଫର୍‌ ମିଳି ନ ଥିବା ସ୍ପଷ୍ଟ କରିଛନ୍ତି। ଶରଦ ପାୱାର କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ପୃଥ୍ବୀରାଜ ଚହ୍ୱାନଙ୍କ ଦାବିକୁ ଖଣ୍ଡନ କରି କହିଛନ୍ତି ଯେ, ମୋତେ ବିଜେପି ପକ୍ଷରୁ କୌଣସି ଅଫର୍‌ ଦିଆଯାଇନାହିଁ। ଅଜିତ ପାୱାରଙ୍କ ସହ ହୋଇଥିବା ବୈଠକରେ କୌଣସି ରାଜନୈତିକ ଆଲୋଚନା ହୋଇନାହିଁ।

ବିଜେପିର ଅଫର ପାଇଁ ଅଜିତ ଏବଂ ଶରଦଙ୍କ ମଧ୍ୟରେ ଏକ ଗୁପ୍ତ ବୈଠକ ହୋଇଥିବା ଚହ୍ୱାନ ଦାବି କରିଥିଲେ।ଛତ୍ରପତି ସମ୍ଭାଜୀ ନଗରରେ ଏନସିପି ମୁଖ୍ୟ ଶରଦ ପାୱାର କହିଛନ୍ତି, ବିଜେପି ଲୋକମାନଙ୍କ ମଧ୍ୟରେ ମତଭେଦ ସୃଷ୍ଟି କରିବାକୁ ଚାହୁଁଛି ଏବଂ ଧର୍ମ, ସମ୍ପ୍ରଦାୟ ଆଧାରରେ ଲୋକଙ୍କୁ ବିଭକ୍ତ କରୁଛି। ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ ସରକାରକୁ ବିଜେପି ଅସ୍ଥିର କରିଥିଲ। ‘ଇଣ୍ଡିଆ’ର ପରବର୍ତ୍ତୀ ବୈଠକ ମୁମ୍ବାଇରେ ଅନୁଷ୍ଠିତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ