Masthead

ଗିରଫ ହେଲେ ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ଶେଖ ଶାହଜାହାଁ

ପଶ୍ଚିମବଙ୍ଗ (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ପୋଲିସର ବଡ଼ କାର୍ଯାନୁଷ୍ଠାନ। ଦୀର୍ଘ ୫୫ ଦିନ ପରେ ଗିରଫ ହୋଇଛନ୍ତି ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଟିଏମ୍‌ସି ନେତା ଶାହଜାହାନ ଶେଖ। ତାଙ୍କୁ ବୁଧବାର ରାତି ୩ଟାରେ ମୀନାଖାନର ଏକ ଅଜ୍ଞାତ ସ୍ଥାନରୁ ଗିରଫ କରାଯାଇଛି। ସନ୍ଦେଶଖାଲିରେ ଶତାଧିକ ମହିଳାଙ୍କୁ ଯୌନ ନିର୍ଯାତନା ଏବଂ ସେମାନଙ୍କ ଜମି ହଡ଼ପ ମାମଲାରେ ଶାହଜାହାଁଙ୍କୁ ମୁଖ୍ୟ ଅଭିଯୁକ୍ତ ବୋଲି କୁହାଯାଉଛି।

ପୁଲିସ ସୂଚନା ଅନୁସାରେ, ଗତକାଲି ମଧ୍ୟରାତ୍ରିରେ ଉତ୍ତର ୨୪ ପରଗଣା ଜିଲ୍ଲାରୁ ତାଙ୍କୁ ଗିରଫ କରାଯାଇଛି। ବେଙ୍ଗଲର ଏକ ସ୍ପେଶାଲ ପୁଲିସ ଟିମ୍ ତାଙ୍କୁ ଗିରଫ କରିଛି। ୫୫ ଦିନ ଧରି ପୁଲିସ ସହ ଛକାପଞ୍ଝା ଖେଳ ଖେଳୁଥିଲେ ଶେଖ ଶାହଜାହଁ। ପୁଲିସ ତାଙ୍କ ଉପରେ କଡା ନଜର ରଖି ଶେଷରେ ଗିରଫ କରିଛି। ନିକଟରେ ଶାହଜାହାଁଙ୍କ ଗିରଫଦାରୀକୁ ନେଇ କଲିକତା ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।ଫେବ୍ରୁଆରୀ ୨୬ରେ ସନ୍ଦେଶଖାଲି ମାମଲା ଉପରେ ବିଚାର କରି ପୁଲିସର କାର୍ଯ୍ୟାନୁଷ୍ଠାନ ଉପରେ ପ୍ରଶ୍ନ ଉଠାଇ ଥିଲେ କୋର୍ଟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ