Masthead

ଏସଏଚଜି ମହିଳାଙ୍କୁ ବିଜେଡି ସଭାକୁ ନ ଯିବାକୁ ଧମକ

କୋରେଇ (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆସନ୍ତାକାଲି ପଡ଼ିବ ତୃତୀୟ ପର୍ଯ୍ୟାୟ ଭୋଟ୍, ଏଥିପାଇଁ ଗତକାଲି ସରିଛି ପ୍ରଚାର। ଶେଷ ଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିଥିଲେ। ତୃତୀୟ ପର୍ୟ୍ୟାୟରେ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଏହି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ ହେବ। ଏହି ପର୍ଯ୍ୟାୟରେ ପ୍ରାୟ ସବୁ ସିଟରେ ବିଗ୍ ଫାଇଟ୍ ଦେଖିବାକୁ ମିଳିବ। କିନ୍ୁ ସେପଟେ କୋରେଇ ବ୍ଲକରେ ଦେଖିବାକୁ ମିଳିଛି ଆଚରଣ ବିଧି ଉଲଙ୍ଘନ ।

କୋରେଇ ବ୍ଲକ ଗୋଷ୍ଠୀ ଜୀବିକା ସଂଯୋଜିକା ସରୋଜିନୀ ଦାସ ବିଜେଡି ସଭାକୁ ଯିବା ପାଇଁ ଏସଏଚଜି ମହିଳାମାନଙ୍କୁ ଧମକ ଦେଉଥିବାର ଅଡିଓ ଏବେ ଭାଇରାଲ ହେବାରେ ଲାଗିଛି । କୌଣସି ସରକାରୀ ଅଧିକାରୀ ନିର୍ବାଚନ ପ୍ରଚାର କରିପାରିବେ ନାହିଁ ବୋଲି ନିର୍ବାଚନ କମିଶନର ନୋଟିସ ଜାରି କରିଥିବା ବେଳେ କୋରେଇ ବ୍ଲକର ଅଧିକାଂଶ ଅଧିକାରୀ ଏହି ନିୟମର ଖୋଲା ଉଲଂଘନ କରୁଛନ୍ତି । ଅଡିଓ ଭାଇରାଲ ପରେ ଏହି ଅଧିକାରୀଙ୍କ ଉପରେ ନିର୍ବାଚନ କମିଶନ କିଭଳି କାର୍ଯ୍ୟାନୁଷ୍ଠାନ ନେଉଛନ୍ତି ତାହା ସମୟ କହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ