ଏସଏଚଜି ମହିଳାଙ୍କୁ ବିଜେଡି ସଭାକୁ ନ ଯିବାକୁ ଧମକ

କୋରେଇ (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆସନ୍ତାକାଲି ପଡ଼ିବ ତୃତୀୟ ପର୍ଯ୍ୟାୟ ଭୋଟ୍, ଏଥିପାଇଁ ଗତକାଲି ସରିଛି ପ୍ରଚାର। ଶେଷ ଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିଥିଲେ। ତୃତୀୟ ପର୍ୟ୍ୟାୟରେ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଏହି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ ହେବ। ଏହି ପର୍ଯ୍ୟାୟରେ ପ୍ରାୟ ସବୁ ସିଟରେ ବିଗ୍ ଫାଇଟ୍ ଦେଖିବାକୁ ମିଳିବ। କିନ୍ୁ ସେପଟେ କୋରେଇ ବ୍ଲକରେ ଦେଖିବାକୁ ମିଳିଛି ଆଚରଣ ବିଧି ଉଲଙ୍ଘନ ।

କୋରେଇ ବ୍ଲକ ଗୋଷ୍ଠୀ ଜୀବିକା ସଂଯୋଜିକା ସରୋଜିନୀ ଦାସ ବିଜେଡି ସଭାକୁ ଯିବା ପାଇଁ ଏସଏଚଜି ମହିଳାମାନଙ୍କୁ ଧମକ ଦେଉଥିବାର ଅଡିଓ ଏବେ ଭାଇରାଲ ହେବାରେ ଲାଗିଛି । କୌଣସି ସରକାରୀ ଅଧିକାରୀ ନିର୍ବାଚନ ପ୍ରଚାର କରିପାରିବେ ନାହିଁ ବୋଲି ନିର୍ବାଚନ କମିଶନର ନୋଟିସ ଜାରି କରିଥିବା ବେଳେ କୋରେଇ ବ୍ଲକର ଅଧିକାଂଶ ଅଧିକାରୀ ଏହି ନିୟମର ଖୋଲା ଉଲଂଘନ କରୁଛନ୍ତି । ଅଡିଓ ଭାଇରାଲ ପରେ ଏହି ଅଧିକାରୀଙ୍କ ଉପରେ ନିର୍ବାଚନ କମିଶନ କିଭଳି କାର୍ଯ୍ୟାନୁଷ୍ଠାନ ନେଉଛନ୍ତି ତାହା ସମୟ କହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’