Masthead

ପର୍ଯ୍ୟଟକଙ୍କ ପାଇଁ ଅକ୍ଟୋବର ୧୪ରୁ ଖୋଲିବ ଶିମିଳିପାଳ

ବାରିପଦା (ବଡ଼ ଖବର ବ୍ୟୁରୋ):ପ୍ରାକୃତିକ ସୋନ୍ଦର୍ଯ୍ୟରେ ଭରପୁର ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ । ଚଳିତ ବର୍ଷ ପର୍ଯ୍ୟଟନ ଋତୁ ପାଇଁ ଆସନ୍ତା ଅକ୍ଟୋବର ୧୪ ମହାଳୟାରୁ ଏହା ପାଇଁ ଖୋଲିବାକୁ ଯାଉଛି। ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ପ୍ରକଳ୍ପର କ୍ଷେତ୍ରର ନିର୍ଦ୍ଦେଶକ ତଥା ଆଞ୍ଚଳିକ ବନ୍ୟ ପ୍ରାଣୀ ସଂରକ୍ଷକ ଡ଼ଃ ପ୍ରକାଶ ଚାନ୍ଦ ଗୋଗିନେନି ସୂଚନା ଦେଇଛନ୍ତି। ଫଳରେ ଦୁର୍ଗାପୂଜାରେ ଏଥର ପର୍ଯ୍ୟଟକ ଶିମିଳିପାଳ ଭ୍ରମଣ ଓ ରାତ୍ରରହଣି ସୁବିଧା ପାଇପାରିବେ ।ଦୁଇ ତନଖି ଫାଟକରେ ପ୍ରବେଶ ଅନୁମତି ସକାଳ ୬ ଟା ରୁ ୯ ଟା ପର୍ଯ୍ୟନ୍ତ ବୁକିଂ କାଉଣ୍ଟରରେ ଉପଲବ୍ଧ ରହିବ। ରାତ୍ର ରହଣି ପାଇଁ ପର୍ଯ୍ୟଟକ ମାନେ ୱେବସାଇଟରେ ଅଗ୍ରୀମ ସଂରକ୍ଷଣ କରିବାକୁ ପଡ଼ିବ ବୋଲି ବିଭାଗୀୟ ସୂତ୍ରରୁ ଜଣାଯାଇଛି। ଯୁବପିଢ଼ି ଓ ଛୋଟ ପିଲାଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି କ୍ରୀଡାକୁ ଏଥିରେ ସାମିଲ କରାଯାଇଛି। ଏହା ସହିତ ଅଭୟାରଣ୍ୟ ମଧ୍ୟରେ ସ୍ଵତନ୍ତ୍ର ଖାଦ୍ୟର ବ୍ୟବସ୍ଥା ରହିଛି । ଯାହା ଅଧିକ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବ। ଚଳିତ ବର୍ଷ ପ୍ରକୃତିପ୍ରେମୀଙ୍କୁ କେତେ ଆକୃଷ୍ଟ କରୁଛି ତାହା ଦେଖିବାକୁ ବାକି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା