Masthead

ଲୌହଦାନବର ଚକ ତଳେ ଚାଲିଗଲା ଶିବପ୍ରସାଦଙ୍କ ପ୍ରାଣ

ସୁକିନ୍ଦା (ବଡ଼ ଖବର ବ୍ୟୁରୋ):   ଲୌହଦାନବର ଚକ ତଳେ ଚାଲିଗଲା ଶିବପ୍ରସାଦଙ୍କ ପ୍ରାଣବାୟୁ । ବାଲେଶ୍ଵର ଜିଲ୍ଲାର ବାହାନଗା ରେଳଷ୍ଟେସନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ହୋଇଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ଯାଜପୁର ଜିଲ୍ଲା ଦାନଗଦୀ ବ୍ଲକ ରାଛିପୁର ଗାଁର ଶିବପ୍ରସାଦ ସାହୁଙ୍କର ମୃତ୍ୟୁ ଘଟିଛି । ଶିବପ୍ରସାଦ ଜେନେରାଲ କମ୍ପାର୍ଟମେଣ୍ଟରେ ରହିଥିଲେ । ଏହି ଟ୍ରେନର ରିଜର୍ଭେସନ କମ୍ପାର୍ଟମେଣ୍ଟରେ ଥିବା ଏହି ଗାଁର କୁଳମଣି ସାହୁ ଜୀବନ ବଞ୍ଚାଇ ଘରକୁ ଫେରିପାରିଛନ୍ତି।

ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣାପଡିଛି। ସେପଟେ ଶିବପ୍ରସାଦଙ୍କ ମୃତଦେହ ଗାଁରେ ପହଞ୍ଚିଛି। ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ଦକ୍ଷତା ବିକାଶ ମନ୍ତ୍ରୀ ତଥା ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡାଇ ରାଛିପୁର ଗାଁରେ ପହଞ୍ଚି ମୃତ ଶିବପ୍ରସାଦଙ୍କ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି। ଏଥିସହ ସେ କୁଳମଣିଙ୍କ ଘରକୁ ଯାଇ ଘଟଣା ସମ୍ପର୍କରେ ଅବଗତ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ