Masthead

ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲା, ଗିରଫ ହେଲେ ଶିବଶଙ୍କର ଦାସ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲା । ଗିରଫ ହେଲେ ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ । ହତ୍ୟା ଉଦ୍ୟମ ମାମଲା ରୁଜୁ କରି ଗିରଫ କଲା ପୋଲିସ । କୋର୍ଟରେ ଜାମିନ ନାମଞ୍ଜୁର ପରେ ଶିବଶଙ୍କରଙ୍କୁ ଜେଲ୍‌ ପଠାଗଲା । କାଲି ପ୍ରଦୀପଙ୍କୁ ଆକ୍ରମଣ କରିଥିଲେ ଶିବଶଙ୍କର ଓରଫ ପିଣ୍ଟୁ । ଆକ୍ରମଣ ପରେ ପିଣ୍ଟୁଙ୍କୁ ଥାନାରେ ଅଟକ ରଖିଥିଲା ପୋଲିସ । ଆକ୍ରମଣରେ ଆହତ ପ୍ରଦୀପ ପାଣିଗ୍ରାହୀ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ତାଙ୍କ ପଞ୍ଜରା ହାଡ଼ ଓ ଫୁସ୍‌ଫୁସ୍‌ରେ ଆଘାତ ଲାଗିଥିବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସଙ୍କୁ ସ୍ଥାନାନ୍ତରିତ କରାଯାଇଛି ।

ଗତକାଲି ଅପରାହ୍ନରେ ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଗୋଷାଣୀ ନୂଆଗାଁର ଏକ ବୁଥକୁ ଯାଇଥିଲେ। ପ୍ରଦୀପ ବୁଥ୍ ରିଗିଂ କରୁଥିବା ଆଶଙ୍କା କରି ସ୍ବାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ ଘଟଣାସ୍ଥଳରେ ପହଞ୍ଚିଥିଲେ। ଫଳରେ ସେଠାରେ ଉଭୟଙ୍କ ମଧ୍ୟରେ ବଚସା ଓ ହାତାହାତି ହୋଇଥିଲା। ଏହି ଘଟଣା ସମ୍ପର୍କରେ ଗୋଷାଣୀ ନୂଆଗାଁ ଥାନାରେ ପ୍ରଦୀପଙ୍କ ଅଭିଯୋଗକ୍ରମେ ଶିବଶଙ୍କର ଦାସଙ୍କୁ ପୋଲିସ ଅଟକ ରଖିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା