Masthead

୨୪ ନିର୍ବାଚନ ପାଇଁ ବିଜେପିର ଜୋରଦାର ପ୍ରସ୍ତୁତି, ଆଜି ଆସୁଛନ୍ତି ଶିବରାଜ ସିଂ ଚୌହ୍ୱାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ବିଜେପି ନିଜର ରାଜନୈତିକ ପ୍ରସ୍ତୁତିକୁ ଜୋରଦାର କରିଛି। ଦଳର କେନ୍ଦ୍ରୀୟ ନେତାମାନେ ସରକାର ଗଠନ କରିବାର ଦମ୍ଭୋକ୍ତି ଦେଖାଉଛନ୍ତି। ବିଜେପି ଫୋକସରେ ରହିଛି ଲୋକସଭା ଆସନ । ଆଜି ଓଡ଼ିଶା ଆସୁଛନ୍ତି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ । ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ସିଧାସଳଖ ଜଗତସିଂହପୁର ଗସ୍ତ କରିବେ ।

ସେ କଟକ ଓ ଜଗତସିଂହପୁର ସଂସଦୀୟ କ୍ଷେତ୍ରର ସମୀକ୍ଷା କରିବେ । ଜଗତସିଂହପୁର ଲୋକସଭା ସଂସଦୀୟ କ୍ଷେତ୍ର କାର୍ୟ୍ୟକର୍ତ୍ତା ସମ୍ମିଳନୀରେ ଯୋଗଦେବା ପରେ ଶିବରାଜ ମାଆ ଶାରଳାଙ୍କୁ ଦର୍ଶନ କରି ଆଶୀର୍ବାଦ ନେବେ । ସନ୍ଧ୍ୟାରେ କଟକସ୍ଥିତ ଶାରଳା ଭବନରେ ଅନୁଷ୍ଠିତ କଟକ ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଯୋଗଦେବେ । ଅଧିଷ୍ଠାତ୍ରୀ ଦେବୀ ମାଆ କଟକ ଚଣ୍ଡୀଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ