Masthead

ଆସନ୍ତାକାଲି ଓଡ଼ିଶା ଆସିବେ ଶିବରାଜ ସିଂ ଚୌହାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସିବେ ବିଜେପିର ହେଭିୱେଟ ନେତା । ମୋଦିଙ୍କ ପରେ ଓଡ଼ିଶା ମୁହାଁ ରାଜନାଥ ଓ ନୀତୀନ । ନିର୍ବାଚନ ପାଇଁ ଦେବେ ଗୁରୁମନ୍ତ୍ର । ଦଳୀୟ କର୍ମୀଙ୍କ ଠୁ ମୋଦି ଦେଇଥିବା ଗ୍ୟାରେଣ୍ଟି କାର୍ଡର ନେବେ ହିସାବ । ଓଡ଼ିଶାବାସୀଙ୍କୁ ଦେବେ ମୋଦି ସରକାରର ଗ୍ୟାରେଣ୍ଟି । ଓଡ଼ିଶାରେ ସରକାର ଗଢିବା ପାଇଁ ବନାଇବେ ବ୍ଲୁ ପ୍ରିଣ୍ଟ । ଆସନ୍ତାକାଲି ଓଡ଼ିଶା ଆସିବେ ଶିବରାଜ ସିଂ ଚୌହାନ । କଟକ ଓ ଜଗତସିଂହପୁର ସଂସଦୀୟ କ୍ଷେତ୍ରର କରିବେ ସମୀକ୍ଷା ।

୧୫ ତାରିଖ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ । ସେ ପୁରୀ ଯାଇ ପ୍ରଭୁ ଜଗନ୍ନାଥ ମନ୍ଦିର ଦର୍ଶନ କରିବା ସହ ସଂସଦୀୟ କ୍ଷେତ୍ରର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି । ଏହାବାଦ ୨୨ ତାରିଖରେ ଓଡ଼ିଶା ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଅନେକ ଗୁଡିଏ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ମାସ ଶେଷରେ ଜେପି ନଡ୍ଡାଙ୍କ ଗସ୍ତ କାର୍ଯ୍ୟକ୍ରମ ଥିବା ସୂଚନା ଦେଇଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା