Masthead

ମହିଳା ଦଳର ବ୍ୟାଟିଂ କୋଚ୍ ଶିବସୁନ୍ଦର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶିବସୁନ୍ଦରଙ୍କୁ ବିସିସିଆଇର ବଡ଼ ଦାୟିତ୍ୱ । ଭାରତୀୟ କ୍ରିକେଟ୍ ଟିମର ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ୍ ତଥା ଓଡ଼ିଆ ତାରକା ଖେଳାଳୀ ଶିବସୁନ୍ଦର ଦାସଙ୍କୁ ବିସିସିଆଇ ପକ୍ଷରୁ ମିଳିଛି ନୂଆ ଦାୟିତ୍ୱ। ଶିବସୁନ୍ଦରଙ୍କୁ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟିଂ କୋଚ ଭାବେ ନିଯୁକ୍ତି ପ୍ରଦାନ କରାଯଇଛି। ମିଳିଥିବା ସୂଚନା ଅନୁଯାୟୀ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ ଆଗାମୀ ଇଂଲଣ୍ଡ ଟୁର୍ ପାଇଁ ଶିବସୁନ୍ଦର ଦାସଙ୍କୁ ଭାରତୀୟ ମହିଳା କ୍ରିକେଟ୍ ଟିମର ବ୍ୟାଟିଂ କୋଚ୍ ଭାବେ ନିଯୁକ୍ତ କରିଛି। ସେହିପରି ଦିଲ୍ଲୀର ପୂର୍ବତନ ୱିକେଟକିପର ଅଭୟ ଶର୍ମାଙ୍କୁ ଫିଲ୍ଡିଂ କୋଚ୍ ଭାବେ ନିଯୁକ୍ତ କରାଯାଇଛି।

ନୂଆ ନିଯୁକ୍ତି ପାଇବା ପରେ ଶିବସୁନ୍ଦର ଦାସ ବହୁତ ଖୁସି ହୋଇଛନ୍ତି। ଶିବସୁନ୍ଦର ଦାସ କହିଛନ୍ତି, ମହିଳା ଟିମ୍‌ର ଆସନ୍ତା ଇଂଲଣ୍ଡ ଟୁର୍ ମୋ ପାଇଁ ଚାଲେଞ୍ଜିଂ ରହିବ। ପ୍ରଥମଥର ଲାଗି ମୁଁ ଭାରତୀୟ ମହିଳା ଟିମ୍ ସହ କାମ କରିଛି । ତେଣୁ ଏହା ମୋ ପାଇଁ ଏକ ରୋମାଞ୍ଚକର ସମୟ ହେବ। ମୁଁ ମୋ ଦାୟିତ୍ୱ ବହନ କରିବାକୁ ନେଇ ଉତ୍ସାହିତ। ମୋ ପାଇଁ ଏହି ଦାୟିତ୍ୱ ନିଶ୍ଚିତ ଚ୍ୟାଲେଞ୍ଜିଂ ହେବ, କାରଣ ମୁଁ ଜଣେ ଖେଳାଳି ଭାବେ ଇଂଲଣ୍ଡ ଗସ୍ତ କରିଛି ଏବଂ ସେଠାରେ ଅନେକ ଲିଗ୍ କ୍ରିକେଟ୍‌ ଖେଳିଛି । ସେଠାକାର ପରିବେଶ ସହ ମୁଁ ସମ୍ମୂର୍ଣ୍ଣ ପରିଚିତ ଅଛି। ତେଣୁ ମୁଁ ମୋର ଅଭିଜ୍ଞତାକୁ ଟିମ୍ ସହ ବାଣ୍ଟିବାକୁ ନିଶ୍ଚିତ ଚାହିଁବି। ବର୍ତ୍ତମାନ ମୋର ସମ୍ପୂର୍ଣ୍ଣ ଫୋକସ୍ ଇଂଲଣ୍ଡ ଟୁର୍ ଉପରେ ରହିବ ବୋଲି କହିଛନ୍ତି ଶିବସୁନ୍ଦର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା