ମହିଳା ଦଳର ବ୍ୟାଟିଂ କୋଚ୍ ଶିବସୁନ୍ଦର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶିବସୁନ୍ଦରଙ୍କୁ ବିସିସିଆଇର ବଡ଼ ଦାୟିତ୍ୱ । ଭାରତୀୟ କ୍ରିକେଟ୍ ଟିମର ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ୍ ତଥା ଓଡ଼ିଆ ତାରକା ଖେଳାଳୀ ଶିବସୁନ୍ଦର ଦାସଙ୍କୁ ବିସିସିଆଇ ପକ୍ଷରୁ ମିଳିଛି ନୂଆ ଦାୟିତ୍ୱ। ଶିବସୁନ୍ଦରଙ୍କୁ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟିଂ କୋଚ ଭାବେ ନିଯୁକ୍ତି ପ୍ରଦାନ କରାଯଇଛି। ମିଳିଥିବା ସୂଚନା ଅନୁଯାୟୀ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ ଆଗାମୀ ଇଂଲଣ୍ଡ ଟୁର୍ ପାଇଁ ଶିବସୁନ୍ଦର ଦାସଙ୍କୁ ଭାରତୀୟ ମହିଳା କ୍ରିକେଟ୍ ଟିମର ବ୍ୟାଟିଂ କୋଚ୍ ଭାବେ ନିଯୁକ୍ତ କରିଛି। ସେହିପରି ଦିଲ୍ଲୀର ପୂର୍ବତନ ୱିକେଟକିପର ଅଭୟ ଶର୍ମାଙ୍କୁ ଫିଲ୍ଡିଂ କୋଚ୍ ଭାବେ ନିଯୁକ୍ତ କରାଯାଇଛି।

ନୂଆ ନିଯୁକ୍ତି ପାଇବା ପରେ ଶିବସୁନ୍ଦର ଦାସ ବହୁତ ଖୁସି ହୋଇଛନ୍ତି। ଶିବସୁନ୍ଦର ଦାସ କହିଛନ୍ତି, ମହିଳା ଟିମ୍‌ର ଆସନ୍ତା ଇଂଲଣ୍ଡ ଟୁର୍ ମୋ ପାଇଁ ଚାଲେଞ୍ଜିଂ ରହିବ। ପ୍ରଥମଥର ଲାଗି ମୁଁ ଭାରତୀୟ ମହିଳା ଟିମ୍ ସହ କାମ କରିଛି । ତେଣୁ ଏହା ମୋ ପାଇଁ ଏକ ରୋମାଞ୍ଚକର ସମୟ ହେବ। ମୁଁ ମୋ ଦାୟିତ୍ୱ ବହନ କରିବାକୁ ନେଇ ଉତ୍ସାହିତ। ମୋ ପାଇଁ ଏହି ଦାୟିତ୍ୱ ନିଶ୍ଚିତ ଚ୍ୟାଲେଞ୍ଜିଂ ହେବ, କାରଣ ମୁଁ ଜଣେ ଖେଳାଳି ଭାବେ ଇଂଲଣ୍ଡ ଗସ୍ତ କରିଛି ଏବଂ ସେଠାରେ ଅନେକ ଲିଗ୍ କ୍ରିକେଟ୍‌ ଖେଳିଛି । ସେଠାକାର ପରିବେଶ ସହ ମୁଁ ସମ୍ମୂର୍ଣ୍ଣ ପରିଚିତ ଅଛି। ତେଣୁ ମୁଁ ମୋର ଅଭିଜ୍ଞତାକୁ ଟିମ୍ ସହ ବାଣ୍ଟିବାକୁ ନିଶ୍ଚିତ ଚାହିଁବି। ବର୍ତ୍ତମାନ ମୋର ସମ୍ପୂର୍ଣ୍ଣ ଫୋକସ୍ ଇଂଲଣ୍ଡ ଟୁର୍ ଉପରେ ରହିବ ବୋଲି କହିଛନ୍ତି ଶିବସୁନ୍ଦର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ