Masthead

ଅଜିତ ପାୱାରଙ୍କୁ ଝଟକା, ଦଳ ଛାଡିଲେ ୪ ନେତା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ) ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ଏନସିପି ନେତା ଅଜିତ ପାୱାରଙ୍କୁ ଝଟ୍‌କା। ଦଳ ଛାଡଲେ ୪ ତୁଙ୍ଗ ନେତା ।  ଖୁବ ଶୀଘ୍ର ଶରଦ ପାୱାରଙ୍କ ଏନସିପିରେ ମିଶିବେ ବୋଲି ଚର୍ଚ୍ଚା ହେଉଛି। ଇସ୍ତଫା ଦେଇଥିବା ୪ ନେତା ହେଲେ ଏନସିପିର ପିମ୍ପରି-ଚିଞ୍ଚୱାଡ ୟୁନିଟ ମୁଖ୍ୟ ଅଜିତ ଗହୱାନେ, ଛାତ୍ର ୱିଙ୍ଗ ପ୍ରମୁଖ ୟଶ ସାନେ, ପୂର୍ବତନ କର୍ପୋରେଟର ରାହୁଲ ଭୋନସଲେ ଓ ପଙ୍କଜ ଭାଲେକର ।

ସୂଚନା ଅନୁଯାୟୀ, ମହାରାଷ୍ଟ୍ରର ଭୋସାରି ବିଧାନସଭା ସିଟ ହାତେଇବା ନିମନ୍ତେ ଅଜିତ ଗହୱାନେ ରେସରେ ଥିଲେ ମଧ୍ୟ ଶେଷରେ ତାଙ୍କୁ ନିରାଶ ହେବାକୁ ପଡିଥିଲା। ଏଥିପାଇଁ ସେ ଦଳରୁ ଇସ୍ତଫା ଦେଇଥିବା କୁହାଯାଉଛି। ସେମାନେ ସମସ୍ତେ ଶରଦ ପାୱାରଙ୍କ ଏନସିପିରେ ସାମିଲ ହେବାକୁ ଉଦ୍ୟମ ଆରମ୍ଭ କରିଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ଗତବର୍ଷ ଜୁଲାଇ ମାସରେ ଅଜିତ ପାୱାର ଏନସିପିର ଅଧିକାଂଶ ବିଧାୟକଙ୍କୁ ଧରି ବିଜେପି ଓ ସିନ୍ଦେ ସରକାରରେ ସାମିଲ ହୋଇଥିଲେ। ଅଜିତ ପାୱାରଙ୍କୁ ମଧ୍ୟ ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ପଦ ମିଳିଥିଲା। ମାତ୍ର ମହାରାଷ୍ଟ୍ର ଲୋକ ସଭା ନିର୍ବାଚନରେ ବିଜେପି ନେତ୍ୱାଧୀନ ଏନଡିଏର ନୈରାଶ୍ୟଜନକ ପ୍ରଦର୍ଶନ ପରେ ରାଜ୍ୟରେ ରାଜନୀତିକ ହଟଚମଟ ଆରମ୍ଭ ହୋଇ ଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ