Masthead

‘ଦଙ୍ଗାକାରୀଙ୍କୁ ଦେଖିବା ମାତ୍ରେ ଗୁଳି ଚଳାଅ’

ହରିୟାଣା (ବଡ଼ ଖବର ବ୍ୟୁରୋ):  ହରିୟାଣାର ନୁହ ଜିଲ୍ଲା ନନ୍ଦ ଗାଁ ନିକଟରେ ବିଶ୍ୱ ହିନ୍ଦୁ ପରିଷଦ କର୍ମୀମାନେ ଏକ ଶୋଭାଯାତ୍ରା ବାହାର କରିଥିବାବେଳେ ଗୋଷ୍ଠୀସଂଘର୍ଷରୁ ହିଂସାକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକଙ୍କ ଗୁଳିରେ ୨ଜଣ ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବାବେଳେ ହିଂସା ରୋକିବା ପାଇଁ ନିୟୋଜିତ ଥିବା ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଶୋଭାଯାତ୍ରାରେ ହୋଇଥିବା ଆକ୍ରମଣ ପରେ ସାମ୍ପ୍ରଦାୟିକ ହିଂସାରେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ଶାନ୍ତି ବଜାୟ ରଖିବା ପାଇଁ ନହୁରେ କର୍ଫ୍ୟୁ ଜାରି ରହିଛି ।

ଦଙ୍ଗାକାରୀଙ୍କୁ ଦେଖିବା ମାତ୍ରେ ଗୁଳି ଚଳାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ହିଂସାରେ ୧୦ଜଣ ପୋଲିସ କର୍ମଚାରୀଙ୍କ ସମେତ ୬୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ୭୦ରୁ ଅଧିକ ଲୋକଙ୍କୁ ଅଟକ ରଖାଯାଇଛି। ଆଖପାଖ ସହରଗୁଡିକରେ ୧୪୪ ଧାରା ବଳବତ୍ତର ରହିଛି । ସୋହନା, ଗୁରୁଗ୍ରାମ, ପାଲୱାଲ ଏବଂ ଅନ୍ୟାନ୍ୟ ସ୍ଥାନରେ ଘଟିଥିବା ହିଂସା ଏବଂ ଦଙ୍ଗା ସଂପର୍କରେ ନୁହ ବ୍ୟତୀତ ମୋଟ ୪୪ଟି ଏଫଆଇଆର୍‌ ପଞ୍ଜିକୃତ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ