Masthead

‘ଦଙ୍ଗାକାରୀଙ୍କୁ ଦେଖିବା ମାତ୍ରେ ଗୁଳି ଚଳାଅ’

ହରିୟାଣା (ବଡ଼ ଖବର ବ୍ୟୁରୋ):  ହରିୟାଣାର ନୁହ ଜିଲ୍ଲା ନନ୍ଦ ଗାଁ ନିକଟରେ ବିଶ୍ୱ ହିନ୍ଦୁ ପରିଷଦ କର୍ମୀମାନେ ଏକ ଶୋଭାଯାତ୍ରା ବାହାର କରିଥିବାବେଳେ ଗୋଷ୍ଠୀସଂଘର୍ଷରୁ ହିଂସାକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକଙ୍କ ଗୁଳିରେ ୨ଜଣ ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବାବେଳେ ହିଂସା ରୋକିବା ପାଇଁ ନିୟୋଜିତ ଥିବା ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଶୋଭାଯାତ୍ରାରେ ହୋଇଥିବା ଆକ୍ରମଣ ପରେ ସାମ୍ପ୍ରଦାୟିକ ହିଂସାରେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ଶାନ୍ତି ବଜାୟ ରଖିବା ପାଇଁ ନହୁରେ କର୍ଫ୍ୟୁ ଜାରି ରହିଛି ।

ଦଙ୍ଗାକାରୀଙ୍କୁ ଦେଖିବା ମାତ୍ରେ ଗୁଳି ଚଳାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ହିଂସାରେ ୧୦ଜଣ ପୋଲିସ କର୍ମଚାରୀଙ୍କ ସମେତ ୬୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ୭୦ରୁ ଅଧିକ ଲୋକଙ୍କୁ ଅଟକ ରଖାଯାଇଛି। ଆଖପାଖ ସହରଗୁଡିକରେ ୧୪୪ ଧାରା ବଳବତ୍ତର ରହିଛି । ସୋହନା, ଗୁରୁଗ୍ରାମ, ପାଲୱାଲ ଏବଂ ଅନ୍ୟାନ୍ୟ ସ୍ଥାନରେ ଘଟିଥିବା ହିଂସା ଏବଂ ଦଙ୍ଗା ସଂପର୍କରେ ନୁହ ବ୍ୟତୀତ ମୋଟ ୪୪ଟି ଏଫଆଇଆର୍‌ ପଞ୍ଜିକୃତ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’