Masthead

ରାସ୍ତା ଉପରେ ପରିବା ଢାଳି ପ୍ରତିବାଦ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ବଢୁଥିବା କରୋନା ସଂକ୍ରମଣକୁ ନେଇ ସମସ୍ତେ ଚିନ୍ତିତ । ତେଣୁ ଏହାକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା ସହର ରେ ଥିବା ଏକ ମାତ୍ର ବଜାରକୁ ପ୍ରଶାସନ ପକ୍ଷରୁ ବନ୍ଦ କରିଦିଆଯାଇଛି। ଫଳରେ ଏହି ବଜାର ଉପରେ ନିର୍ଭର କରୁଥିବା ଚାଷୀ ଏବଂ ପରିବା ବ୍ୟବସାୟ ମାନେ ପରିବା ବିକ୍ରି କରି ନ ପାରି ଅସୁବିଧା ସମ୍ମୁଖୀନ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ସାପ୍ତାହିକ ହାଟ ଓ ଦୈନିକ ହାଟ ବନ୍ଦ କରିଦିଆ ଯାଇଥିବା ବେଳେ ସହରର ଅନ୍ୟ ସ୍ଥାନରେ ପରିବା ବିକ୍ରି ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ପରିବା ବ୍ୟବସାୟୀଙ୍କ ଅଭିଯୋଗ ହେଉଛି, ସେମାନେ କେଉଁ ଜାଗାରେ ବିକ୍ରି କରିବେ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇନାହିଁ।

ଆଜି ମଙ୍ଗଳବାର ବଜାର ଥିବାରୁ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଚାଷୀ ଓ ବ୍ୟବସାୟୀ ପରିବା ଧରି ପହଞ୍ଚିବା ପରେ ଏଠାରେ ବିକ୍ରି କରିବା ପାଇଁ ପୋଲିସ ପକ୍ଷରୁ ବାରଣ କରାଯାଇଥିଲା। ଯାହା ଫଳରେ ବ୍ୟବସାୟୀଙ୍କ ମଧ୍ୟରେ ଉତେଜନା ପ୍ରକାଶ ପାଇଥିଲା। ପରେ ସେମାନେ ରାସ୍ତା ଉପରେ ପନିପରିବା ଢାଳି ପ୍ରତିବାଦ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅପରାଧୀଙ୍କୁ ନାହିଁ ପୋଲିସର ଭୟ 🔴 ଆହୁରି ବଢ଼ିବ ତାତି 🔴 ବାଲି ମାଫିଆଙ୍କ ଘରେ ରେଡ 🔴 ଭିଜିଲାନ୍ସ ପଞ୍ଝାରେ ପ୍ରଧାନଶିକ୍ଷକ 🔴 କେରଳମ୍‌ରେ ସତୀଶନ୍ ସରକାର 🔴 କୋର କମିଟି ବୈଠକରେ ନିତିନ ନବୀନ 🔴 ଆଜି ଶପଥ ନେବେ ଭି.ଡି ସତିଶନ୍ 🔴 ୪୩ ଡିଗ୍ରୀ ଛୁଇଁପାରେ ତାତି 🔴 ବର୍ଷା ପବନରେ ଉଡିଲା ଘର 🔴 ଦୁର୍ଘଟଣାରେ ଚାଲିଗଲା ମାଆ ଓ ଝିଅଙ୍କ ଜୀବନ 🔴 ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅପରାଧୀଙ୍କୁ ନାହିଁ ପୋଲିସର ଭୟ 🔴 ଆହୁରି ବଢ଼ିବ ତାତି 🔴 ବାଲି ମାଫିଆଙ୍କ ଘରେ ରେଡ 🔴 ଭିଜିଲାନ୍ସ ପଞ୍ଝାରେ ପ୍ରଧାନଶିକ୍ଷକ 🔴 କେରଳମ୍‌ରେ ସତୀଶନ୍ ସରକାର 🔴 କୋର କମିଟି ବୈଠକରେ ନିତିନ ନବୀନ 🔴 ଆଜି ଶପଥ ନେବେ ଭି.ଡି ସତିଶନ୍ 🔴 ୪୩ ଡିଗ୍ରୀ ଛୁଇଁପାରେ ତାତି 🔴 ବର୍ଷା ପବନରେ ଉଡିଲା ଘର 🔴 ଦୁର୍ଘଟଣାରେ ଚାଲିଗଲା ମାଆ ଓ ଝିଅଙ୍କ ଜୀବନ