Masthead

ସଟସର୍କିଟରୁ ନିଆଁ, ପୋଡ଼ିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ବୈପାରିଗୁଡ଼ା, (ବଡ଼ ଖବର ବ୍ୟୁରୋ): ସଟସର୍କିଟରୁ ଅଗ୍ନିକାଣ୍ଡ ଘଟିବାରୁ ଗୋଟିଏ ଗ୍ରୋସରି ଦୋକାନ ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ ହୋଇଯାଇଛି। ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ଵରରେ ଏହି ଘଟଣା ଘଟିଛି। ଗୁପ୍ତେଶ୍ଵର ମନ୍ଦିର ନିକଟରେ ଥିବା ନିରଞ୍ଜନ ଜେନାଙ୍କ ଗ୍ରୋସରି ଏବଂ ପୂଜା ସାମଗ୍ରୀ ଦୋକାନରେ ଆଜି ସକାଳେ ନିଆଁ ଲାଗି ଧୂଆଁ ବାହାରିଥିଲା। ସ୍ଥାନୀୟ ଲୋକେ ଏ ସମ୍ପର୍କରେ ବୈପାରିଗୁଡ଼ା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ଅଧିକାରୀ ସୁଶାନ୍ତ କୁମାର ମହାନ୍ତିଙ୍କ ନେତୃତ୍ୱରେ ଏକ ଟିମ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କିନ୍ତୁ ସେତେବେଳକୁ ଦୋକାନରେ ଥିବା ଅଧିକାଂଶ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଥିଲା। ସଟସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ିଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ