ସଟସର୍କିଟରୁ ନିଆଁ, ପୋଡ଼ିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ବୈପାରିଗୁଡ଼ା, (ବଡ଼ ଖବର ବ୍ୟୁରୋ): ସଟସର୍କିଟରୁ ଅଗ୍ନିକାଣ୍ଡ ଘଟିବାରୁ ଗୋଟିଏ ଗ୍ରୋସରି ଦୋକାନ ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ ହୋଇଯାଇଛି। ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ଵରରେ ଏହି ଘଟଣା ଘଟିଛି। ଗୁପ୍ତେଶ୍ଵର ମନ୍ଦିର ନିକଟରେ ଥିବା ନିରଞ୍ଜନ ଜେନାଙ୍କ ଗ୍ରୋସରି ଏବଂ ପୂଜା ସାମଗ୍ରୀ ଦୋକାନରେ ଆଜି ସକାଳେ ନିଆଁ ଲାଗି ଧୂଆଁ ବାହାରିଥିଲା। ସ୍ଥାନୀୟ ଲୋକେ ଏ ସମ୍ପର୍କରେ ବୈପାରିଗୁଡ଼ା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ଅଧିକାରୀ ସୁଶାନ୍ତ କୁମାର ମହାନ୍ତିଙ୍କ ନେତୃତ୍ୱରେ ଏକ ଟିମ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କିନ୍ତୁ ସେତେବେଳକୁ ଦୋକାନରେ ଥିବା ଅଧିକାଂଶ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଥିଲା। ସଟସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ିଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!