Before Header

ସୁରଙ୍କୁ କାରଣ ଦର୍ଶାଅ ନୋଟିସ୍

0 806

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): କଂଗ୍ରେସ ବରିଷ୍ଠ ନେତା ସୁରେଶ ରାଉତରାୟଙ୍କୁ କାରଣ ଦର୍ଶାଅ ନୋଟିସ୍ । ବିଜେଡି ସାଂସଦ ପ୍ରାର୍ଥୀ ବନିଥିବା ସାନ ପୁଅ ମନ୍ମଥଙ୍କ ପାଇଁ ପ୍ରଚାର କରିବା ସୁରଙ୍କୁ ପଡ଼ିଲା ମହଙ୍ଗା ।  କାରଣ ସୁରଙ୍କୁ ଏ ସଂପର୍କରେ ଏକ କାରଣ ଦର୍ଶାଅ ନୋଟିସ୍ ପଠାଇଛି ପିସିସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ।

ସେଥିରେ ଉଲ୍ଲେଖ ଅଛି ଯେ, ବିଜେଡିରେ ଯୋଗ ଦେଇଥିବା ଏବଂ ବିଜେଡି ପକ୍ଷରୁ ନିର୍ବାଚନ ଲଢ଼ୁଥିବା ପୁଅଙ୍କ ସପକ୍ଷରେ ଭୋଟ୍ ପ୍ରଚାର କରିବେ ବୋଲି ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି ସୁରେଶ ରାଉତରାୟ । ଏଭଳି ଦଳ ବିରୋଧୀ କାର୍ଯ୍ୟ ପାଇଁ କାହିଁକି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯିବ, ସେ ସଂପର୍କରେ ୨୪ ଘଣ୍ଟା ଭିତରେ ଉତ୍ତର ଦେବାକୁ ନୋଟିସରେ ଦର୍ଶାଯାଇଛି। ପିସିସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା ଏହି ନୋଟିସ୍ ଜାରି କରିଛନ୍ତି ।

Leave A Reply

Your email address will not be published.