Masthead

ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ପୌଷପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦେବାଭିଷେକ ନୀତି ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ରାଜାଧିରାଜ ବା ସୁନାବେଶରେ ବିଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ। ପୂର୍ବଦିନରୁ ଅର୍ଥାତ ଗତକାଲି ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ। ରତ୍ନ ସିଂହାସନରେ ବର୍ଷକୁ ୪ ଥର ହେଉଥିବା ସୁନାବେଶ ମଧ୍ୟରୁ ଆଜିର ବେଶ ଅନ୍ୟତମ।

ସକାଳଧୂପ ପରେ ସ୍ୱର୍ଣ୍ଣ ଓ ରତ୍ନ ଖଚିତ ଅଳଙ୍କାରରେ ମହାପ୍ରଭୁ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ। ମସ୍ତକରେ କିରିଟ,ପାଦରେ ଶ୍ରୀପୟର, ହାତରେ ଶ୍ରୀଭୂଜ, ହରିଡାମାଳ, ବାହାଡା ମାଳ, ସେବତୀମାଳ, ଆଡକାନି, ଚନ୍ଦ୍ର ସୂର୍ଯ୍ୟ ଆଦି ବିବିଧ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ମହାପ୍ରଭୁ ରାଜାରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ପ୍ରଭୁ ଶ୍ରୀରାମ ୧୪ ବର୍ଷ ବନବାସ ପରେ ଆଜି ଦିନରେ ଅଯୋଧ୍ୟାକୁ ପ୍ରତ୍ୟାବର୍ତ୍ତନ କରି ସିଂହାସନରେ ଅଧିଷ୍ଠିତ ହୋଇଥିଲେ। ସେହି ସ୍ମୃତିରେ ଶ୍ରୀମନ୍ଦିରରେ ପୌଷପୁର୍ଣ୍ଣିମା ଅର୍ଥାତ୍ ଆଜିର ଦିନରେ ରତ୍ନସିଂହାସନରେ ମହାପ୍ରଭୁଙ୍କର ଅଭିଷେକ ନୀତି ସଂପନ୍ନ ହୋଇଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ