Masthead

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗଜପତି ମହାରାଜା ଅଧ୍ୟକ୍ଷତାରେ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଓ ଏସ୍‌ପି ରହିବେ ଉପସ୍ଥିତ । ପରିଚାଳନା କମିଟିର ସମସ୍ତ ସଦସ୍ୟଙ୍କ ସହ ବରିଷ୍ଠ ଅଧିକାରୀ ରହିବେ ଉପସ୍ଥିତ । ମହାପ୍ରଭୁଙ୍କ ରତ୍ନ ଭଣ୍ଡାର ଗଣତି ମଣତି ନେଇ ହେବ ବିସ୍ତୃତ ଆଲୋଚନା । ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ ନେଇ ହେବ ଆଲୋଚନା ।

ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର କରାଯାଇଛି । ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ଉପରେ ହେବ ଆଲୋଚନା । ନାଟମଣ୍ଡପରେ ଦର୍ଶନ ପାଇଁ କାଠ ରାମ୍ପକୁ ଦେଖିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ପରିଚାଳନା କମିଟିର ସଦସ୍ୟ । ଶ୍ରୀମନ୍ଦିର ସୁରକ୍ଷା ନେଇ ମଧ୍ୟ ହେବ ଆଲୋଚନା । ପ୍ରକଳ୍ପ ସାଂସ୍କୃତିକ ଏବଂ ବୈଷୟିକ ସବକମିଟିର ବିବରଣୀ ଉପରେ ହେବ ଆଲୋଚନା । ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ହେବ ଆଲୋଚନା ।

ଗୁଣ୍ଡିଚା ମନ୍ଦିରର ଉନ୍ନତିକରଣ, ଶ୍ରୀମନ୍ଦିର ଆଦର୍ଶ ଗୁରୁକୂଳ ନିର୍ମାଣ, ରଘୁନନ୍ଦନ ଲାଇବ୍ରେରୀ ନିର୍ମାଣ, ଶ୍ରୀମନ୍ଦିର ସେବକ ବାସଗୃହ, ଶ୍ରୀମନ୍ଦିର ୭୫ ମିଟର ଜୋନ୍ ବାହାରେ ଅନ୍ନ କ୍ଷେତ୍ର ନିର୍ମାଣ, ହୋମଯଜ୍ଞ ପ୍ରକଳ୍ପ, ନାମଯଜ୍ଞ ପ୍ରକଳ୍ପ, ଜଗନ୍ନାଥ ବଲ୍ଲଭ ପିଲଗ୍ରୀମ୍ ସେଣ୍ଟର କାର୍ୟ୍ୟର ଅଗ୍ରଗତି ଉପରେ ହେବ ଆଲୋଚନା । ମହାପ୍ରଭୁଙ୍କ ଜମିଜମା ସମସ୍ୟା ଉପରେ ମଧ୍ୟ ହେବ ଆଲୋଚନା । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧକ୍ଷତାରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିଚାଳନା କମିଟିର ଦ୍ୱିତୀୟ ବୈଠକ । ଦିନ ୧୧ଟା ସମୟରେ ଏହି ବୈଠକ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା