Masthead

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି  ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗଜପତିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବ । ବୈଠକରେ ଗତ ୩୧ ତାରିଖ ଛତିଶା ନିଯୋଗ ଏବଂ ନୀତି ସବ୍‌ମିଟି ବୈଠକରେ ଅନୁମୋଦନ ପାଇଥିବା ରଥ ଯାତ୍ରା ଓ ସ୍ନାନ ଯାତ୍ରାର ନୀତି ନିର୍ଘଣ୍ଟ, ବ୍ୟବସ୍ଥାବଳୀକୁ ଚୂଡ଼ାନ୍ତ ଅନୁମୋଦନ ମିଳିବ । ସେହିପରି ଗତ ପରିଚାଳନା କମିଟି ବୈଠକ ପରେ ଅନୁଷ୍ଠିତ ବିଭିନ୍ନ ସବ୍-କମିଟି ଯଥା ପ୍ରକଳ୍ପ ସାଂସ୍କୃତିକ ସବ୍-କମିଟି ଓ ପ୍ରକଳ୍ପ ବୈଷୟିକ ସବ୍-କମିଟି ଯୁଗ୍ମ ବୈଠକର ବିବରଣୀ ଏବଂ ନୀତି ସବ୍-କମିଟି ବୈଠକର ବିବରଣୀ ଅନୁମୋଦନ ତଥା ଶ୍ରୀମନ୍ଦିର ସୁରକ୍ଷା ସବ୍-କମିଟି ବୈଠକର ବିବରଣୀ ଉପରେ ଆଲୋଚନା କରାଯିବ। ଶ୍ରୀମନ୍ଦିର ସୁରକ୍ଷା ଓ ନୀତି କାନ୍ତି ଶୃଙ୍ଖଳିତ ନେଇ ମଧ୍ୟ ହେବ ଆଲୋଚନା । ଏହାସହ ବୈଠକରେ ଜୁନ୍ ମାସରେ କେଉଁ କେଉଁ ଦିନ ଭିତର ରତ୍ନଭଣ୍ଡାର ଖୋଲାଯାଇ ମହାପ୍ରଭୁଙ୍କ ଅଳଙ୍କାର ଗଣତି କରାଯିବ ତାହା ଉପରେ ମଧ୍ୟ ପରିଚାଳନା କମିଟି ବୈଠକରେ ଆଲୋଚନା କରାଯାଇ ତାରିଖ ନିର୍ଧାରିତ ହେବ। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପିଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ପରିଚାଳନା କମିଟିର ସଦସ୍ୟ ପ୍ରମୁଖ ଉପସ୍ଥିତ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା