Masthead

ଲଞ୍ଚ ହେବ ଆକ୍ସିଅମ-୪ ମିଶନ, କାଉଣ୍ଟଡାଉନ୍ ଷ୍ଟାଟ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଲଞ୍ଚ୍ ହେବ ଆକ୍ସିଅମ୍-୪ ମିଶନ୍ । ଭାରତୀୟ ସମୟ ୧୨ଟା ୧ ମିନିଟରେ ଲଞ୍ଚ୍ ହେବ । ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା । ୬ ଥର ଘୁଞ୍ଚିଲା ପରେ ଆସିଲା ନାସାର ନୂଆ ତାରିଖ । ନାସାର କେନେଡ଼ି ସ୍ପେସ୍ ସେଣ୍ଟରରୁ ଫାଲକନ୍‌ ୩୯ଏରୁ ଲଞ୍ଚ ହେବ । ଆସନ୍ତାକାଲି ଅପରାହ୍ଣ ୪ଟା ୩୦ରେ ଡକିଂ ପାଇଁ ଟାର୍ଗେଟ ରଖାଯାଇଛି । ପ୍ରଥମ ଭାରତୀୟ ମହାକାଶଚାରୀ ଭାବେ ଆଇଏସଏସକୁ ଯାଇ ଇତିହାସ ରଚିବେ ଭାରତୀୟ ମହାକାଶଚାରୀ ତଥା ବାୟୁସେନା ଗ୍ରୁପ୍ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଲା ।

ଏହି ମିଶନରେ ଶୁଭାଂଶୁଙ୍କ ସହ ଆମେରିକୀୟ ମହାକାଶଚାରୀ ପେଗୀ ହ୍ବିଟସନ୍,ପୋଲାଣ୍ଡର ସ୍ଲାଓଜ୍ ଉଜନାଲସ୍କୀ ଏବଂ ହଙ୍ଗେରୀର ମେକାନିକାଲ ଇଞ୍ଜିନିୟର ଟିବୋର କାପୁ କ୍ରିଉ ସଦସ୍ୟ ଭାବେ ରହିଛନ୍ତି । ୧୪ ଦିନିଆ ମିଶନ ସମୟରେ ମହାକାଶଚାରୀ ଆଇଏସଏସରେ ବିଶ୍ୱବ୍ୟାପୀ ଜନସମ୍ପର୍କ କାର୍ୟ୍ୟକ୍ରମ, ମାଇକ୍ରୋଗ୍ରାଭିଟି ଗବେଷଣା ଏବଂ ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶନ କରିବେ । ଆକ୍ସିଅମ୍ ସ୍ପେସ୍,ସ୍ପେସ୍ ଏକ୍ସ ଏବଂ ଇସ୍ରୋର ଏହା ମିଳିତ ଅଭିଯାନ । ତେବେ ଶୁଭାଂଶୁଙ୍କର ୨ହଜାର ଘଣ୍ଟାରୁ ଅଧିକ ଉଡାଣ ଅଭିଜ୍ଞତା ରହିଛି । ୪୦ ବର୍ଷ ପରେ ଶୁଭାଂଶୁଙ୍କ ଏହା ଦ୍ବିତୀୟ ମାନବ ମହାକାଶ ଅଭିଯାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ