ଲଞ୍ଚ ହେବ ଆକ୍ସିଅମ-୪ ମିଶନ, କାଉଣ୍ଟଡାଉନ୍ ଷ୍ଟାଟ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଲଞ୍ଚ୍ ହେବ ଆକ୍ସିଅମ୍-୪ ମିଶନ୍ । ଭାରତୀୟ ସମୟ ୧୨ଟା ୧ ମିନିଟରେ ଲଞ୍ଚ୍ ହେବ । ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା । ୬ ଥର ଘୁଞ୍ଚିଲା ପରେ ଆସିଲା ନାସାର ନୂଆ ତାରିଖ । ନାସାର କେନେଡ଼ି ସ୍ପେସ୍ ସେଣ୍ଟରରୁ ଫାଲକନ୍‌ ୩୯ଏରୁ ଲଞ୍ଚ ହେବ । ଆସନ୍ତାକାଲି ଅପରାହ୍ଣ ୪ଟା ୩୦ରେ ଡକିଂ ପାଇଁ ଟାର୍ଗେଟ ରଖାଯାଇଛି । ପ୍ରଥମ ଭାରତୀୟ ମହାକାଶଚାରୀ ଭାବେ ଆଇଏସଏସକୁ ଯାଇ ଇତିହାସ ରଚିବେ ଭାରତୀୟ ମହାକାଶଚାରୀ ତଥା ବାୟୁସେନା ଗ୍ରୁପ୍ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଲା ।

ଏହି ମିଶନରେ ଶୁଭାଂଶୁଙ୍କ ସହ ଆମେରିକୀୟ ମହାକାଶଚାରୀ ପେଗୀ ହ୍ବିଟସନ୍,ପୋଲାଣ୍ଡର ସ୍ଲାଓଜ୍ ଉଜନାଲସ୍କୀ ଏବଂ ହଙ୍ଗେରୀର ମେକାନିକାଲ ଇଞ୍ଜିନିୟର ଟିବୋର କାପୁ କ୍ରିଉ ସଦସ୍ୟ ଭାବେ ରହିଛନ୍ତି । ୧୪ ଦିନିଆ ମିଶନ ସମୟରେ ମହାକାଶଚାରୀ ଆଇଏସଏସରେ ବିଶ୍ୱବ୍ୟାପୀ ଜନସମ୍ପର୍କ କାର୍ୟ୍ୟକ୍ରମ, ମାଇକ୍ରୋଗ୍ରାଭିଟି ଗବେଷଣା ଏବଂ ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶନ କରିବେ । ଆକ୍ସିଅମ୍ ସ୍ପେସ୍,ସ୍ପେସ୍ ଏକ୍ସ ଏବଂ ଇସ୍ରୋର ଏହା ମିଳିତ ଅଭିଯାନ । ତେବେ ଶୁଭାଂଶୁଙ୍କର ୨ହଜାର ଘଣ୍ଟାରୁ ଅଧିକ ଉଡାଣ ଅଭିଜ୍ଞତା ରହିଛି । ୪୦ ବର୍ଷ ପରେ ଶୁଭାଂଶୁଙ୍କ ଏହା ଦ୍ବିତୀୟ ମାନବ ମହାକାଶ ଅଭିଯାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’