Masthead

ଶୁଭେନ୍ଦୁଙ୍କୁ ମିଳିଲା ସିଆଇଡିର ନୋଟିସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ରାଜନୀତିରେ ପ୍ରତ୍ୟେକ ଦିନ କିଛି ନା କିଛି ନୂଆ ଘଟଣା ସାମ୍ନାକୁ ଆସୁଛି । ଏହା ମଧ୍ୟରେ ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ସିଆଇଡି ସମନ ଜାରି କରିଛି । ଏହା ସହ ଆସନ୍ତା କାଲି ୧୧ଟାରେ କୋଲକାତାର ଭବାନୀ ଭବନରେ ହାଜର ହେବାକୁ ନୋଟିସରେ ଉଲ୍ଲେଖ କରାଯାଇଛି । ତେବେ ଅଙ୍ଗରକ୍ଷୀ ସୁବ୍ରତ ଚକ୍ରବର୍ତ୍ତୀଙ୍କ ଅସ୍ୱାଭାବିକ ମୃତ୍ୟୁକୁ ନେଇ ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ସମନ ଜାରି କରିଥିବାର ସୂଚନା ମିଳିଛି ।

ସୁବ୍ରତ ପୂର୍ବ ମେଦିନୀପୁର କାନ୍ଥିରେ ବାରାକ ଭିତରେ ନିଜକୁ ନିଜେ ଗୁଳି ମାରି ଆତ୍ମହତ୍ୟା କରିଥିଲେ । ସେହି ସମୟରେ ସୁବ୍ରତ ଟିଏମସି ସାଂସଦ ଶୁଭେନ୍ଦୁ ଅଧିକାରୀଙ୍କ ସୁରକ୍ଷା ଟିମରେ ନିୟୋଜିତ ଥିଲେ । ଏହି ମାମଲା ଚକ୍ରବର୍ତ୍ତୀଙ୍କ ପତ୍ନୀ ସୁପର୍ନା କଞ୍ଜିଲାଲଙ୍କ ଦ୍ୱାରା ପଞ୍ଜୀକୃତ ହୋଇଥିଲା । ଅପରପକ୍ଷେ ସୁବ୍ରତଙ୍କ ମୃତ୍ୟୁ ମାମଲାର ତଦନ୍ତ ଦାୟିତ୍ୱ ଚଳିତ ବର୍ଷ ଜୁଲାଇରେ ସିଆଇଡିକୁ ଦିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ