Masthead

‘ଷଡ଼ଯନ୍ତ୍ରକାରୀଙ୍କ ସବୁ ଗୁମର ଖୋଲିଦେବି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ଵରରେ ପହଞ୍ଚିଲା ପୁଲିସ୍‌ ଏସ୍‌ଆଇ ସ୍କାମ୍‌ର ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି। କ୍ରାଇମ୍‌ବ୍ରାଞ୍ଚ ବିମାନରେ ଶଙ୍କରକୁ ନୂଆଦିଲ୍ଲୀରୁ ଭୁବନେଶ୍ଵର ଆଣି ସିଧାସଳଖ କ୍ରାଇମବ୍ରାଞ୍ଚ ଅଫିସ୍‌ କୁ ନେଇଛି। ନେପାଳ ସୀମା ଉତ୍ତରାଖଣ୍ଡ ଅଞ୍ଚଳରୁ କ୍ରାଇମବ୍ରାଞ୍ଚ ଶଙ୍କରକୁ ଗିରଫ କରିଥିଲା। ପୁଲିସ୍‌ ଏସ୍‌ଆଇ ସ୍କାମ୍ ଜଣାପଡିବା ପରେ ଆତ୍ମଗୋପନ କରିଥିଲା ଶଙ୍କର ପୃଷ୍ଟି। ଦୁବାଇ ଯିବାକୁ ଯୋଜନା କରିବାବେଳେ କ୍ରାଇମବ୍ରାଞ୍ଚ ଦ୍ଵାରା ଗିରଫ ହୋଇଛି।
ଶଙ୍କରଠାରୁ ଅନେକ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଥିବା ଜଣାପଡିଛି। ଶଙ୍କରକୁ ଜେରା କରିବା ପରେ ଏହି ମହାଦୁର୍ନୀତିର ଗୁମର ଖୋଲିବ ବୋଲି ତଦନ୍ତକାରୀ ସଂସ୍ଥା ଆଶା ବାନ୍ଧିଛି। ଘଟଣା ପଦାକୁ ଆସିବା ପରଠୁ ଶଙ୍କର ଫେରାର ଥିଲା। ତାକୁ ଧରିବା ଲାଗି କ୍ରାଇମବ୍ରାଞ୍ଚର ତିନିଟି ଦଳ ରାଜ୍ୟ ବାହାରେ ଡେରା ପକାଇଥିଲେ। ଶେଷରେ ତଦନ୍ତକାରୀ ଦଳ ଅଭିଯୁକ୍ତ ଶଙ୍କରକୁ ଧରିଥିଲେ।

ସେପଟେ ଭୁବନେଶ୍ୱରରେ ପହଞ୍ଚିବା ପରେ ଗିରଫ ଶଙ୍କର ପୃଷ୍ଟିଙ୍କ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି ମୁଁ ଲୁଚିନଥିଲି, ଆଇନଗତ ଭାବେ ଲଢ଼ୁଥିଲି । ହାଇକୋର୍ଟରେ ଫାଇଲ୍ କରାଯାଇଥିଲା । ସୁପ୍ରିମକୋର୍ଟରେ ଫାଇଲ୍ କରିଥିଲି । ହାଇକୋର୍ଟଙ୍କୁ ଆଗୁଆ ଜାମିନ ମାଗିଥିଲି । ସମୟ ଦେଇଥିଲେ, ଗୋଟିଏ ମାସ ପରେ ଆସି ହାଜର ହୋଇଥାନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ମୋ ପତ୍ନୀ ଦୀପ୍ତିମୟୀ ସାହୁଙ୍କ ନାଁରେ କୌଣସି କେସ୍ ନାହିଁ । ଷଡ଼ଯନ୍ତ୍ରକାରୀଙ୍କ ସବୁ ଗୁମର ଖୋଲିଦେବି । ପରୀକ୍ଷା ବାତିଲ୍ କରିବାକୁ ହଜାରେ କୋଟିର ଡିଲ୍ ହୋଇଥିଲା। ଷଡ଼ଯନ୍ତ୍ରକାରୀଙ୍କ ସବୁ ଗୁମର ଖୋଲିଦେବି ବୋଲି କହିଛନ୍ତି ଶଙ୍କର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା