Masthead

ଗୋଟିଏ ଆସନ ପାଇଁ ଭାଇ-ଭଉଣୀ ପ୍ରାର୍ଥୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ ଆରମ୍ଭ ହେଲାଣି କସରତ । କିଏ ହାତେଇବ ହରିୟାଣା ସିଟ୍ । କଂଗ୍ରେସ ନା ବିଜେପି ।  ବିଜେପି ହରିୟାଣା ସିଟ୍ ହାତେଇବା ପାଇଁ ଲକ୍ଷ୍ୟ ରଖିଥିବାବେଳେ କଂଗ୍ରେସ ମଧ୍ୟ ପଛାଇ ନାହିଁ । ତେବେ ଅକ୍ଟୋବର ୫ ତାରିଖରେ ପଡ଼ିବ ଭୋଟ । ଏହାରି ଭିତରେ ହରିୟାଣା ରାଜନୀତିରେ ଗୋଟିଏ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି ଭାଇ ଭଉଣୀ । ତେବେ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବିଜେପି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଛି ।

ଏହି ତାଲିକାରେ ସାମିଲ ରହିଛି ପୂର୍ବତନ ମୁଖ୍ୟମନ୍ତ୍ରୀ ବଂଶୀଲାଲଙ୍କ ଗଡ଼ ‘ତୋଶାମ’। ଏହି ଆସନରେ ପ୍ରାର୍ଥୀ ହୋଇଛନ୍ତି ଭାଇ ଭଉଣୀ । ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ବଂଶୀଲାଲ ଚୌଧୁରୀ ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ବ ତୁଲାଇଛନ୍ତି । ସେ ପୂର୍ବରୁ ରକ୍ଷାମନ୍ତ୍ରୀ ଦାୟିତ୍ବ ନିର୍ବାହ କରିଥିଲେ । ୧୯୯୬ ମସିହାରେ ହରିୟାଣା ବିକାଶ ପାର୍ଟିର ସ୍ଥାପନା କରିଥିଲେ ବଂଶୀଲାଲ । ହେଲେ ୨୦୦୪ରେ କଂଗ୍ରେସକୁ ପୁଣି ଫେରିଥିଲେ, ଆଉ ୨୦୦୫ ବିଧାନସଭା ନିର୍ବାଚନରେ କଂଗ୍ରେସ ଟିକଟରୁ ଲଢି ଜିତିଥିଲେ । ପ୍ରଶାସକରୁ ନେତା ହୋଇଛନ୍ତି ବଂଶୀଲାଲଙ୍କ ନାତି ଅନିରୁଦ୍ଧ ଚୌଧୁରୀ ।

ଚଳିତ ନିର୍ବାଚନରେ ତୋଶାମ ବିଧାନସଭା ଆସନ ପାଇଁ କଂଗ୍ରେସ ଟିକଟରୁ ସେ ମୈଦାନକୁ ଓହ୍ଲାଇଛନ୍ତି । ସେହିପରି ନାତୁଣୀ ଶ୍ରୁତି ଚୌଧୁରୀଙ୍କୁ ଟିକଟ ଦେଇଛି ଭାଜପା । ଶ୍ରୁତି ହେଉଛନ୍ତି ବଂଶୀଲାଲଙ୍କ ସାନପୁଅ ଦିବଙ୍ଗତ ସୁରେନ୍ଦ୍ର ସିଂଙ୍କ ଝିଅ ଓ ଅନିରୁଦ୍ଧ ହେଉଛନ୍ତି ରଣବୀର ସିଂ ମହେନ୍ଦ୍ରଙ୍କ ପୁଅ । ଉଭୟ ଗୋଟିଏ ଆସନ ପାଇଁ ଭିନ୍ନ ଦଳରୁ ପ୍ରାର୍ଥୀ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି