Masthead

ହୁ ହୁ ହୋଇ ଜଳୁଛି ଶିମିଳିପାଳ

ବାରିପଦା(ବଡ଼ ଖବର ବ୍ୟୁରୋ): ହୁ ହୁ ହୋଇ ଜଳୁଛି ଶିମିଳିପାଳ । ଦୀର୍ଘ ସମୟ ଧରି ଶିମିଳିପାଳ ଅଭୟାରଣ୍ୟର ଗୋଟିଏ ରେଞ୍ଜରେ ଲାଗିଛି ନିଆଁ । ନିଆଁ ପୁରା ଜଙ୍ଗଲକୁ ବ୍ୟାପିବାରେ ଲାଗିଛି । ରାତିରେ ଶିମିଳିପାଳ ଜଳିବାର ପ୍ରକୃତ ଚିତ୍ର ସାମ୍ନାକୁ ଆସିଛି । ଜଳୁଛି ଶିମିଳିପାଳ ଅଭୟାରଣ୍ୟର ପୋଡାଡିହା ରେଞ୍ଜ ଅଧିନ ଅନନ୍ତପୁର ବିଟ୍ ଅଂଚଳ । ଏହି ବିଟ୍ ଅଧିନ ଉପର ବାରଡାଙ୍ଗୁଆ, ସାରବସା, ଭୁଣ୍ଡାସାହି, ମାଣିକପୁର, ପଥରଖଣି, ଖଣ୍ଡାଚିରା, ଅନନ୍ତପୁର ଆଦି ଅଂଚଳରେ ବ୍ୟାପକ ଭାବେ ଲାଗିଛି ନିଆଁ । ପାଖାପାଖି ଦୁଇ କିଲୋମିଟରରୁ ଅଧିକ ଏରିଆରେ ନିଆଁ ଲାଗିଥିବା ବେଳେ ଏହା କ୍ଷୀପ୍ର ବେଗରେ ବ୍ୟାପିବାରେ ଲାଗିଛି । ଗୋଟିଏ ଦିନ ପୂର୍ବରୁ ମାଣିକପୁର ଅଂଚଳରେ ନିଆଁ ଲାଗିଥିବା ବେଳେ ଉକ୍ତ ନିଆଁ ଆୟତ ହୋଇ ନ ଥିବାରୁ ତାହା ଅନନ୍ତପୁର ବିଟ୍ ଅଂଚଳକୁ ବ୍ୟାପିଛି । ନିଆଁ ଏତେ କ୍ଷୀପ୍ର ଗତିରେ ବ୍ୟାପୁଛି ଯେ କମ୍ ସମୟ ମଧ୍ୟରେ ଅନନ୍ତପୁର ବିଟ୍ ଅଂଚଳର ବହୁ ବଡ ବଡ ଗଛ, ଔଷଧୀୟ ବୃକ୍ଷ ପାଉଁଶ ହୋଇଯାଉଛି । ଜଙ୍ଗଲ ବିଭାଗ କର୍ମଚାରୀଙ୍କ କହିବା ଅନୁସାରେ ନିଆଁ ଶିମିଳିପାଳର ଉପରମୁଣ୍ଡରେ ଲାଗିଛି ଏବଂ ନିଆଁକୁ ଆୟତ କରିବାକୁ ଚେଷ୍ଟା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ