Masthead

ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ

ସିମୁଳିଆ (ବଡ଼ ଖବର ବ୍ୟୁରୋ): ବିଜେଡିକୁ ଲାଗିଛି ବଡ଼ ଝଟକା । ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ । ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଜ୍ୟୋତିପ୍ରକାଶଙ୍କ ଇସ୍ତଫା । ଦଳର ସଭାପତିଙ୍କ ନିକଟକୁ ପଠାଇଲେ ନିଜ ଇସ୍ତଫାପତ୍ର । ବିଜେଡି ଛାଡ଼ିଥିବା ନେଇ ଭିଡିଓ ବାର୍ତ୍ତାରେ ଦେଲେ ସୂଚନା । ବିଧାୟକ ଭାବେ ଲୋକଙ୍କ ସେବା କରିବାକୁ ସୁଯୋଗ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇବା ସହ ଆଗାମୀ ଦିନରେ ମଧ୍ୟ ସିମୁଳିଆ ଓ ଖଇରାବାସୀଙ୍କ ସେବା କରିବେ ବୋଲି କହିଛନ୍ତି ଜ୍ୟୋତିପ୍ରକାଶ ।

ସିମୁଳିଆରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ଜ୍ୟୋତିପ୍ରକାଶଙ୍କ ନବୀନଙ୍କ ସରକାରରେ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଛନ୍ତି । ଚଳିତ ନିର୍ବାଚନରେ ଦଳ ତାଙ୍କୁ ଟିକେଟ ନଦେଇ ନୂଆ ଚେହେରା ଭାବେ ଶୁଭାସିନୀ ସାହୁଙ୍କୁ ସୁଯୋଗ ଦେଇଥିଲା । ଯାହାକୁ ନେଇ ଜ୍ୟୋତିପ୍ରକଶ ପାଣିଗ୍ରାହୀ ଅସନ୍ତୁଷ୍ଟ ଥିଲେ । ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ