Masthead

ଭିଜିଲାନ୍ସ ଜାଲରେ ବ୍ଲକ ଶିକ୍ଷା ଅଧିକାରୀ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ବ୍ଲକ ଶିକ୍ଷା ଅଧିକାରୀ । ଅନୁଗୁଳ ପାଲଲହଡ଼ାରେ କାର୍ଯ୍ୟରତ ପ୍ରସନ୍ନ ପାଣିଙ୍କ ଘରେ ଆଜି ସକାଳୁ ଭିଜିଲାନ୍ସ ବିଭାଗ ରେଡ କରିଛି । ସୁନ୍ଦରପଦା ଏବାରଙ୍ଗରେ ପ୍ଲଟ ନମ୍ବର ୩୬୬ ଓ ୩୬୭ରେ ଛାପା ମାରିବା ସହ ସୁନ୍ଦରପଦା ପ୍ରେଣ୍ଡସ୍ କ୍ଲବ ନିକଟରେ ଥିବା ୩ ମହଲା ଘରେ ମଧ୍ୟ ଭିଜିଲାନ୍ସ ଛାପା ମାରିଛି । ଏହା ସହ ହାଇଟେକ ପ୍ଲାଜା ଆପାର୍ଟ ମେଣ୍ଟରେ ଥିବା ଫ୍ଲାଟ , ପାଲଲହଡ଼ା ଉଦୟ ବିହାରରେ ଥିବା ଭଡାଘରେ , ନିମାପଡାରେ ଥିବା ଆଉ ଏକ ତିନି ମହଲା ଘରେ ବି ଛାପା ମାରିଛି ।

ପ୍ରସନ୍ନଙ୍କ ବ୍ୟବାସାୟିକ ପାର୍ଟନର ଓ ସମ୍ପର୍କୀୟଙ୍କ ଘରେ ବି ମାରାଥନ ରେଡ କରୁଛି ଭିଜିଲାନ୍ସ । ଏହି ରେଡ଼ରେ ୬ ଡ଼ିଏସପି, ୬ ଇନ୍ସପେକ୍ଟର ଓ ଅନ୍ୟାନ୍ୟ ୨୨ ଜଣ ଷ୍ଟାଫ ସାମିଲ ଅଛନ୍ତି । ରେଡ ବେଳେ ବହୁ ଗୁରୁତ୍ୱପୁର୍ଣ୍ଣ କାଗଜପତ୍ର , ବ୍ୟାଙ୍କ ପାସବୁକ ଜବତ କରା ଯାଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି