Masthead

ଉଦ୍ଧବ ନୁହେଁ, ସିନ୍ଦେଙ୍କର ଶିବସେନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା । ନିର୍ବାଚନ କମିସନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଗୋଷ୍ଠୀଙ୍କୁ ଶିବସେନା ନାମ ଓ ଚିହ୍ନ ପ୍ରଦାନ କରିଛନ୍ତି । ଏହା ଫଳରେ ଶିବସେନା ଦଳ ଠାକରେ ପରିବାର ହାତରୁ ଖସିଯିବା ନିଶ୍ଚିତ ହୋଇଯାଇଛି । ଗତ ବର୍ଷ ଏକନାଥ ସିନ୍ଦେ ତତକାଳୀନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବିରୋଧରେ ବିଦ୍ରୋହ କରିଥିଲେ ଓ ଦଳର ମୋଟ ୫୫ ବିଧାୟକଙ୍କ ମଧ୍ୟରୁ ୪୦ ଜଣଙ୍କ ସମର୍ଥନ ଥିବା ଦାବି କରିଥିଲେ ।

ଏହା ପରେ ଉଦ୍ଧବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ଓ ରାଜ୍ୟରେ ଚାଲିଥିବା ମହା ବିକାଶ ଅଘାଡି ସରକାର ଭାଙ୍ଗିଯାଇଥିଲା । ଏହା ପରେ ଏକନାଥ ଗୋଷ୍ଠୀ ବିଜେପି ସମର୍ଥନରେ ସରକାର ଗଢିଥିଲେ ଓ ଏକନାଥ ମୁଖ୍ୟମନ୍ତ୍ରୀ ହୋଇଥିଲେ । ତେବେ ଶିବସେନା ନାମ ଓ ଚିହ୍ନକୁ ନେଇ ଦୁଇପକ୍ଷ ନିର୍ବାଚନ କମିସନଙ୍କ ନିକଟକୁ ଯାଇଥିଲେ । ଅନ୍ତରୀଣ ସମୟ ପାଇଁ କମିସନ ଦୁଇ ଶିବିରଙ୍କୁ ଦୁଇଟି ଅସ୍ଥାୟୀ ନାମ ଦେଇଥିଲେ । ସିନ୍ଦେ ଗୋଷ୍ଠୀଙ୍କ ଦଳକୁ ବାଲାସାହେବଚି ଶିବସେନା ଓ ଉଦ୍ଧବ ଗୋଷ୍ଠୀଙ୍କୁ ଶିବସେନା ନାମ ଦିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ