Masthead

ଟୋକିଓରେ ଦମ୍ ଦେଖାଇଲେ ସିନ୍ଧୁ

ଟୋକିଓ( ବଡ଼ ଖବର ): ପୁଣି ଅଲିମ୍ପିକ୍ସରେ ପଦକ ଜିତିଛନ୍ତି ଷ୍ଟାର୍ ଶଟଲର୍ ପିଭି ସିନ୍ଧୁ। ଫାଇନାଲରୁ ବଞ୍ଚିତ ହୋଇଥିବା ଭାରତୀୟ ଶଟଲର୍ ପିଭି ସିନ୍ଧୁ ମହିଳା ବ୍ୟାଡମିଣ୍ଟନ ସିଙ୍ଗଲ୍ସ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତି ଇତିହାସ ରଚିଛନ୍ତି। ଏଥିସହ ଚଳିତ ଅଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୨ରେ ପହଞ୍ଚିଛି। ଏହା ପୂର୍ବରୁ ମହିଳା ଭାରୋତ୍ତୋଳନରେ ମୀରାବାଈ ଚାନୁ ରୌପ୍ୟ ପଦକ ଜିତିଥିଲେ। କ୍ରମାଗତ ଦ୍ୱିତୀୟ ଅଲିମ୍ପିକ୍ସରେ ପଦକ ଜିତିବାରେ ସିନ୍ଧୁ ଦେଶର ପ୍ରଥମ ମହିଳା ହୋଇଛନ୍ତି।

ରିଓ ଅଲିମ୍ପିକ୍ସରେ ସିନ୍ଧୁ ରୌପ୍ୟ ପଦକ ଜିତି ଇତିହାସ ରଚିଥିଲେ। ରବିବାର ଖେଳାଯାଇଥିବା ବ୍ରୋଞ୍ଜ ପଦକ ମୁକାବିଲାରେ ସିନ୍ଧୁ ଚାଇନାର ହି ବିଙ୍ଗ୍ ଜିଆଓଙ୍କୁ ସିଧାସଳଖ ୨୧-୧୩, ୨୧-୧୫ ଗେମରେ ହରାଇ ଏହି ବଡ଼ ସଫଳତା ଅର୍ଜନ କରିଛନ୍ତି। ଏହା ପୂର୍ବରୁ ସିନ୍ଧୁ ସେମିଫାଇନାଲରେ ବିଶ୍ୱର ଦୁଇ ନମ୍ବର ଖେଳାଳି ଚାଇନିଜ୍ ତାଇପେଇର ତାଇ ଜୁ ୟିଙ୍ଗ’ଙ୍କୁ ନିକଟରୁ ହାରି ଫାଇନାଲରୁ ବଞ୍ଚିତ ହୋଇଥିଲେ। କିନ୍ତୁ ବ୍ରୋଞ୍ଜ ପଦକ ମୁକାବିଲାରେ ସିନ୍ଧୁ ଦମଦାର ଖେଳ ଦେଖାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ