Masthead

ଟୋକିଓରେ ଦମ୍ ଦେଖାଇଲେ ସିନ୍ଧୁ

ଟୋକିଓ( ବଡ଼ ଖବର ): ପୁଣି ଅଲିମ୍ପିକ୍ସରେ ପଦକ ଜିତିଛନ୍ତି ଷ୍ଟାର୍ ଶଟଲର୍ ପିଭି ସିନ୍ଧୁ। ଫାଇନାଲରୁ ବଞ୍ଚିତ ହୋଇଥିବା ଭାରତୀୟ ଶଟଲର୍ ପିଭି ସିନ୍ଧୁ ମହିଳା ବ୍ୟାଡମିଣ୍ଟନ ସିଙ୍ଗଲ୍ସ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତି ଇତିହାସ ରଚିଛନ୍ତି। ଏଥିସହ ଚଳିତ ଅଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୨ରେ ପହଞ୍ଚିଛି। ଏହା ପୂର୍ବରୁ ମହିଳା ଭାରୋତ୍ତୋଳନରେ ମୀରାବାଈ ଚାନୁ ରୌପ୍ୟ ପଦକ ଜିତିଥିଲେ। କ୍ରମାଗତ ଦ୍ୱିତୀୟ ଅଲିମ୍ପିକ୍ସରେ ପଦକ ଜିତିବାରେ ସିନ୍ଧୁ ଦେଶର ପ୍ରଥମ ମହିଳା ହୋଇଛନ୍ତି।

ରିଓ ଅଲିମ୍ପିକ୍ସରେ ସିନ୍ଧୁ ରୌପ୍ୟ ପଦକ ଜିତି ଇତିହାସ ରଚିଥିଲେ। ରବିବାର ଖେଳାଯାଇଥିବା ବ୍ରୋଞ୍ଜ ପଦକ ମୁକାବିଲାରେ ସିନ୍ଧୁ ଚାଇନାର ହି ବିଙ୍ଗ୍ ଜିଆଓଙ୍କୁ ସିଧାସଳଖ ୨୧-୧୩, ୨୧-୧୫ ଗେମରେ ହରାଇ ଏହି ବଡ଼ ସଫଳତା ଅର୍ଜନ କରିଛନ୍ତି। ଏହା ପୂର୍ବରୁ ସିନ୍ଧୁ ସେମିଫାଇନାଲରେ ବିଶ୍ୱର ଦୁଇ ନମ୍ବର ଖେଳାଳି ଚାଇନିଜ୍ ତାଇପେଇର ତାଇ ଜୁ ୟିଙ୍ଗ’ଙ୍କୁ ନିକଟରୁ ହାରି ଫାଇନାଲରୁ ବଞ୍ଚିତ ହୋଇଥିଲେ। କିନ୍ତୁ ବ୍ରୋଞ୍ଜ ପଦକ ମୁକାବିଲାରେ ସିନ୍ଧୁ ଦମଦାର ଖେଳ ଦେଖାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା