ରୁପା କବାଟରେ ତିଆରି ସିଂହଦ୍ୱାର ଦେଇ ରତ୍ନବେଦୀକୁ ଯିବେ ମହାବାହୁ

ପୁରୀ   (ବଡ଼ ଖବର ବ୍ୟୁରୋ): ସରିଛି ରୁପା ଛାଉଣୀ କାମ । ବର୍ମା ଶାଗୁଆନ କାଠରେ ନବନିର୍ମିତ କବାଟ ସିଂହଦ୍ବାରରେ ଲାଗିବା ପରେ କାରିଗରମାନେ ଏହା ଉପରେ ବିଭିନ୍ନ ଡିଜାଇନରେ ପ୍ରସ୍ତୁତ ରୁପା ପ୍ଲେଟ୍ ସବୁ ଲଗାଇଛନ୍ତି । ବାହୁଡ଼ାଯାତ୍ରା ପୂର୍ବରୁ ଆଜି ଏହି କାମ ଶେଷ ହୋଇଛି। ଆଉ ଏବେ ରୁପାରେ ଝଲସୁଛି ସିଂହଦ୍ୱାର । ଶ୍ରୀମନ୍ଦିର ସିଂହଦ୍ବାର ସମ୍ପୂର୍ଣ୍ଣ ଭାବେ ନୂଆ ତିଆରି କରାଯାଇଛି। ପୁରୁଣା ଦ୍ୱାରକୁ ହଟାଇ ଶାଗୁଆନ କାଠରେ ନୂଆ ଦ୍ୱାର ଲଗାଯାଇଛି।

ମୁମ୍ବାଇରୁ ଆସିଥିବା ୧୩ଜଣ କାରିଗର ବର୍ମା ଶାଗୁଆନ କାଠରେ ପୂର୍ବର ସିଂହଦ୍ୱାର ଭଳି ଅବିକଳ ଦ୍ୱାର ନିର୍ମାଣ କରିଛନ୍ତି। ପରେ ଏହା ଉପରେ ରୁପାର କାରୁକାର୍ଯ୍ୟପୂର୍ଣ୍ଣ ପ୍ଲେଟ୍ କଣ୍ଟା ବାଡ଼େଇ ଓ ଝଳେଇ କରି ଲଗାଯାଇଛି। କବାଟର ଚାରିକୋଣରେ ରୁପାର ପତଳା ପ୍ଲେଟ୍ ସବୁ ଲାଗିବା ପରେ ମଝିରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଡିଜାଇନର ବର୍ଗାକାର ରୁପା ପ୍ଲେଟ୍ ଲଗାଯାଇଛି। ସେହିଭଳି ଦୁଇପାର୍ଶ୍ବରେ ଦୁଇଟି ରୁପାର ସିଂହମୂର୍ତ୍ତି ବି ଲଗାଯାଇଛି। ଦ୍ବାର ଖୋଲିବା ପାଇଁ ଦୁଇ ସିଂହମୂର୍ତ୍ତିରେ ଦୁଇଟି ରୁପାର କଡ଼ା ବି ଲଗାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ