Masthead

ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍

ସମ୍ବଲପୁର (ବଡ ଖବର ବୁ୍ୟରୋ): ଆଜି ଦେବ ଦମ୍ପତ୍ତିଙ୍କ ବିବାହ ଉତ୍ସର୍ଗ । ସମ୍ବଲପୁରର ଶୀତଳ ଷଷ୍ଠୀ ଯାତ୍ରାର ବହୁ ପ୍ରତିକ୍ଷିପ୍ତ ମୂହୁର୍ତ୍ତ ହେଉଛି ଶିବ ବିବାହ । ଆଜି ମହାଦେବ ଓ ମାଆ ପାର୍ବତୀଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହେବ । ଭବ୍ୟ ବରଯାତ୍ରା ଲୋକନୃତ୍ୟ ରୋଷଣି ଓ ସଂଗିତର ତାଳେ ତାଳେ ଝୁମିବ ସମ୍ବଲପୁର । ଆଜି ରାତିରେ ସମ୍ବଲପୁରର ବିଭିନ୍ନ ଶିବାଳୟରୁ ବର ବେଶରେ ସଜିତ ହୋଇ ବାହାରିବେ ଭୋଳା ବାବା । ବନ୍ଦାପର୍ଣ୍ଣା ଓ ଆଳତି ପରେ ସ୍ୱର୍ଣ୍ଣ ଓ ରୂପା ଅଳଙ୍କାରରେ ଭୂଷିତ ହୋଇ ବିମାନରେ ବିରାଜମାନ କରିବେ ମହାଦେବ । କଳାକାରଙ୍କ ଗୀତ, ନୃତ୍ୟ,ବାଜା,ବାଣ ଓ ରୋଷଣୀରେ ଝଲସିବ ବିବାହ ଶୋଭା ଯାତ୍ରା । କନ୍ୟା ଘରେ ପହଞ୍ଚିବା ପରେ ବୈଦିକ ରିତିନିତୀ ଅନୁସାରେ ବରଯାତ୍ରୀଙ୍କୁ ସ୍ୱାଗତ କରାଯିବ । ପରେ ସମସ୍ତ ଲୋକାଚାର ଓ ବୈଦିକ ବିଧି ଅନୁସାରେ ମହାଦେବ ଓ ଦେବୀ ପାର୍ବତୀଙ୍କ ଦିବ୍ୟ ବିବାହ ସଂପର୍ଣ୍ଣ ହେବ । ଏହା ପୂର୍ବରୁ ଗତକାଲି ସରିଛି ହନୁମାନ ନିୟୁତା ଓ ସାକ୍ଷୀ ଗୋପିନାଥ ନିୟନ୍ତ୍ରଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ