Masthead

ଚାଲିଗଲେ ସୀତାରାମ ୟେଚୁରୀଙ୍କ ପୁଅ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଖି ବୁଜିଲେ ଭେଟେରାନ୍ ସିପିଆଇ(ଏମ୍) ନେତା ସୀତାରାମ ୟେଚୁରୀଙ୍କ ବଡ଼ ପୁଅ ଆଶିଷ ୟେଚୁରୀ। କରୋନାରେ ପ୍ରାଣ ହରାଇଛନ୍ତି ବୋଲି ଟ୍ୱିଟ କରି ସୂଚନା ଦେଲେ ନିଜେ ବାପା ସୀତାରାମ ୟେଚୁରୀ। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୪ ବର୍ଷ ହୋଇଥିଲା । କରୋନା ସଂକ୍ରମିତ ହୋଇ ଗୁରୁଗାଁସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଦୁଇ ସପ୍ତାହ ତଳେ ଆଶିଷ କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।

ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିଲା ଏବଂ ସେ ସୁସ୍ଥ ହୋଇ ଆସୁଥିଲେ ବୋଲି ତାଙ୍କ ନିକଟ ସମ୍ପର୍କୀୟମାନଙ୍କ ପକ୍ଷରୁ କୁହାଯାଇଛି । ମାତ୍ର ଗୁରୁବାର ସକାଳ ୫.୩୦ରେ ହଠାତ୍ ସେ ଆଖି ବୁଜି ଦେଇଥିଲେ । ସେ ପେଶାରେ ଥିଲେ ଜଣେ ସାମ୍ବାଦିକ । ଚେନ୍ନାଇସ୍ଥିତ ଏସିଆନ୍ କଲେଜ ଅଫ ଜର୍ଣ୍ଣାଲିଜିମରୁ ଉତ୍ତୀର୍ଣ୍ଣ ହୋଇ ଟାଇମସ ଅଫ ଇଣ୍ଡିଆ ସମେତ ବିଭିନ୍ନ ଖବରକାଗଜରେ କାମ କରିଛନ୍ତି । ସେ ପୁନେରେ କାର୍ଯ୍ୟରତ ଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସବୁ ରାଜନୈତିକ ଦଳର ମାନ୍ୟଗଣ୍ୟ ବ୍ୟକ୍ତି ଆଶିଷଙ୍କ ଅକାଳ ବିୟୋଗରେ ଶୋକପ୍ରକାଶ କରିବା ସହ ଶୋକସନ୍ତପ୍ତ ୟେଚୁରୀ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା 🔴 ରାସ୍ତାରେ ଆଣ୍ଠେଇଲା ବାଇକ ଆମ୍ବୁଲାନ୍ସ 🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 କାହା ଛତ୍ର ଛାୟାରେ ବନଖଣ୍ଡ ବିଟ୍ ଅଧିକାରୀ? 🔴 ଧରାପଡ଼ିଲା କେନ୍ଦୁଝର ବନବିଭାଗର ଆଉ ଏକ କେଳେଙ୍କାରୀ 🔴 ଆଜି କାରଗିଲ ବିଜୟ ଦିବସ 🔴 ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା 🔴 ରାସ୍ତାରେ ଆଣ୍ଠେଇଲା ବାଇକ ଆମ୍ବୁଲାନ୍ସ 🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 କାହା ଛତ୍ର ଛାୟାରେ ବନଖଣ୍ଡ ବିଟ୍ ଅଧିକାରୀ? 🔴 ଧରାପଡ଼ିଲା କେନ୍ଦୁଝର ବନବିଭାଗର ଆଉ ଏକ କେଳେଙ୍କାରୀ 🔴 ଆଜି କାରଗିଲ ବିଜୟ ଦିବସ 🔴 ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି