୬ ଘଣ୍ଟା ପରେ ସ୍ୱାଭାବିକ ହେଲା ଫେସବୁକ୍, ହ୍ୱାଟ୍ସଆପ୍

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଅଚଳ ପରେ ଧୀରେଧୀରେ ସ୍ୱାଭାବିକ ହେଉଛି ସୋସିଆଲ ମିଡିଆ ଫେସବୁକ, ହ୍ୱାଟସଆପ୍ ଓ ଇନଷ୍ଟାଗ୍ରାମ୍। ୬ ଘଣ୍ଟାରୁ ଅଧିକ ସମୟ ଧରି ଅଚଳ ଥିଲା । ଏଥିଯୋଗୁଁ ସାରା ବିଶ୍ୱର ୧୦୦କୋଟିରୁ ଅଧିକ ୟୁଜର ପ୍ରଭାବିତ ହୋଇଥିଲେ। ଗତକାଲି ଦୀର୍ଘ ସମୟ ଧରି ସୋସିଆଲ୍ ମିଡିଆର ସର୍ଭର ଡାଉନ୍। ହ୍ୱାଟ୍ସଆପଠୁ ଆରମ୍ଭ କରି ଇନଷ୍ଟାଗ୍ରାମ, ଫେସବୁକ ଆଦି ସୋସିଆଲ୍ ମିଡିଆକ ସର୍ଭର ଦୀର୍ଘ ସମୟ ଡାଉନ ରହିଥିଲା।

ଏଥିଯୋଗୁଁ ୟୁଜର୍ସଙ୍କ ମଧ୍ୟରୁ ନା କେହି ମେସେଜ୍ ପଠାଇ ପାରୁଥିଲେ ନା କୌଣସି ୟୁଜର୍ସଙ୍କ ପାଖକୁ ମେସେଜ ଆସିପାରୁଥିଲା। ଭାରତ, ଆମେରିକା ସମେତ ବିଶ୍ୱର ବହୁ ଦେଶରେ ଏଭଳି ସର୍ଭର ଡାଉନ୍ ହୋଇ ପଡିଥିଲା। ସର୍ଭର ସମସ୍ୟାକୁ ନେଇ ଟ୍ୱିଟରରେ ପ୍ରତିକ୍ରିୟା ରଖିଛନ୍ତି ହ୍ବାଟ୍ସଆପ୍ ଏବଂ ଫେସବୁକ୍ କର୍ତ୍ତୃପକ୍ଷ। ଯେଉଁ ୟୁଜରମାନେ ହ୍ୱାଟସ୍ ଆପ୍ ବ୍ୟବହାର କରିପାରି ନାହାନ୍ତି। ସେମାନଙ୍କୁ କ୍ଷମା ମାଗିଛି ହ୍ୱାଟସଆପ୍। ଧୀରେ ଧୀରେ ସ୍ଥିତି ସ୍ୱାଭାବିକ ହେଉଛି ବୋଲି ହ୍ୱାଟସ ଆପ୍ ପକ୍ଷରୁ ଟ୍ୱିଟ୍ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!