Masthead

ରାଜ୍ୟରେ ପୁଣି ୬ ନୂଆ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦ୍ରୁତ ଗତିରେ ବଢିଚାଲିଛି ସ୍ମ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା । ଦିନକୁ ଦିନ କାୟା ମେଲାଉଛି ସ୍କ୍ରବ ଟାଇଫସ୍ । ଆଜି ପୁଣି ସୁନ୍ଦରଗଡରେ ୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ୩୭ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ୭ଟି ପଜିଟିଭ ଚିହ୍ନଟ ହୋଇଥିଲେ । ବର୍ତ୍ତମାନ ଯାଏଁ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬ରେ ପହଞ୍ଚିଲାଣି । ପଜିଟିଭ ସଂଖ୍ୟା ବଢୁଥିବାରୁ ଚିନ୍ତାରେ ଏବେ ସ୍ୱାସ୍ଥ୍ୟ ବିଭାଗ ।

କେବଳ ସୁନ୍ଦରଗଡ ନୁହେଁ ବରଗଡରେ ମଧ୍ୟ ସଂକ୍ରମଣ ବଢିବାରେ ଲାଗିଛି । ଚିଗର ନାମକ ଏକ ପୋକ କାମୁଡିଲେ ସ୍କ୍ରବ ଟାଇଫସ ରୋଗ ହୋଇଥାଏ । ପ୍ରଥମେ ଶରୀରରେ ଘା ଭଳି କ୍ଷତ ସୃଷ୍ଟି ହୋଇଥାଏ । ପରେ ଏହାର ଚାରିପାଖ ନାଲି ପଡିଯାଏ ଏବଂ ମଝି ଅଂଶଟି କଳା ପଡିଯାଏ । ରୋଗୀଙ୍କୁ ଜ୍ୱର ହେବା ସହ ଦେହ ମୁଣ୍ଡ ମଧ୍ୟ ବିନ୍ଧା ହୋଇଥାଏ । ଏଭଳି ଲକ୍ଷଣ ଦେଖାଗଲେ ଯଥାଶୀଘ୍ର ସ୍କ୍ରବ ଟାଇଫସ ପରୀକ୍ଷା କରାଇ ନେବାକୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର