Masthead

ରାଜ୍ୟରେ ପୁଣି ୬ ନୂଆ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦ୍ରୁତ ଗତିରେ ବଢିଚାଲିଛି ସ୍ମ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା । ଦିନକୁ ଦିନ କାୟା ମେଲାଉଛି ସ୍କ୍ରବ ଟାଇଫସ୍ । ଆଜି ପୁଣି ସୁନ୍ଦରଗଡରେ ୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ୩୭ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ୭ଟି ପଜିଟିଭ ଚିହ୍ନଟ ହୋଇଥିଲେ । ବର୍ତ୍ତମାନ ଯାଏଁ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬ରେ ପହଞ୍ଚିଲାଣି । ପଜିଟିଭ ସଂଖ୍ୟା ବଢୁଥିବାରୁ ଚିନ୍ତାରେ ଏବେ ସ୍ୱାସ୍ଥ୍ୟ ବିଭାଗ ।

କେବଳ ସୁନ୍ଦରଗଡ ନୁହେଁ ବରଗଡରେ ମଧ୍ୟ ସଂକ୍ରମଣ ବଢିବାରେ ଲାଗିଛି । ଚିଗର ନାମକ ଏକ ପୋକ କାମୁଡିଲେ ସ୍କ୍ରବ ଟାଇଫସ ରୋଗ ହୋଇଥାଏ । ପ୍ରଥମେ ଶରୀରରେ ଘା ଭଳି କ୍ଷତ ସୃଷ୍ଟି ହୋଇଥାଏ । ପରେ ଏହାର ଚାରିପାଖ ନାଲି ପଡିଯାଏ ଏବଂ ମଝି ଅଂଶଟି କଳା ପଡିଯାଏ । ରୋଗୀଙ୍କୁ ଜ୍ୱର ହେବା ସହ ଦେହ ମୁଣ୍ଡ ମଧ୍ୟ ବିନ୍ଧା ହୋଇଥାଏ । ଏଭଳି ଲକ୍ଷଣ ଦେଖାଗଲେ ଯଥାଶୀଘ୍ର ସ୍କ୍ରବ ଟାଇଫସ ପରୀକ୍ଷା କରାଇ ନେବାକୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ