ପାଇଖାନା ଟାଙ୍କିରେ ପଶି ୬ ଜଣଙ୍କ ମୃତ୍ୟୁ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ଏମ୍. ରାମପୁର ଥାନା ଅନ୍ତର୍ଗତ ଗୌଡ଼ କରଲାଖୁଣ୍ଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଏକ ନିର୍ମାଣାଧୀନ ପାଇଖାନା ଟାଙ୍କିର ସେଣ୍ଟ୍ରିଙ୍ଗ କାଠ ଖୋଲୁଥିବା ସମୟରେ ଶ୍ବାସରୁଦ୍ଧ ହୋଇ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ୬ ଜଣଙ୍କର ପ୍ରାଣହାନି ଘଟିଛି। ଉଦ୍ଧାର ହୋଇଥିବା ଅନ୍ୟ ଜଣେ ବ୍ୟକ୍ତିଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି।

ସ୍ଥାନୀୟ ଲୋକ ଓ ପୋଲିସ ସହାୟତାରେ ସମସ୍ତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଏମ୍. ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଟାଙ୍କି ଭିତରେ ଜମି ରହିଥିବା ବିଷାକ୍ତ ଗ୍ୟାସ୍ ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ପ୍ରାଥମିକ ଭାବେ ଅନୁମାନ କରାଯାଉଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ସହ ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’