Masthead

ଗଭୀର ସମୁଦ୍ରରୁ ୧୪୬ ଉଦ୍ଧାର

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମୁମ୍ବାଇର ଆରବ ସାଗରରରୁ ୧୪୬ ଲୋକ ଉଦ୍ଧାର । ଗଭୀର ସମୁଦ୍ରରୁ ଏହି ଲୋକମାନଙ୍କୁ ଉଦ୍ଧାର କରିଛି ଭାରତୀୟ ନୌସେନା । ସାମୁଦ୍ରିକ ଝଡ ତାଉତେ ଗୁଜରାଟ ଉପକୂଳରେ ସ୍ଥଳଭାଗ ଛୁଇଁବା ପରେ ପବନର ବେଗ ଘଣ୍ଟା ପ୍ରତିଥିଲା ୧୮୫କିମି । ମୁମ୍ବାଇରେ ମଧ୍ୟ ଏହାର ପ୍ରଭାବ ଅନୁଭୂତ ହୋଇଥିଲା । ଫଳରେ ସମୁଦ୍ର ନିକଟରେ ବସବାସ କରୁଥିବା ଲୋକଙ୍କ ମଧ୍ୟରୁ ଅନେକ ନିଖୋଜ ହୋଇଯାଇଥିଲେ ।

ଆରବ ସାଗରରେ ନିୟୋଜିତ ଆଇଏନଏସ କଲିକତା ୧୪୬ ଲୋକଙ୍କୁ ଉଦ୍ଧାର କରିଛି । ଭାରତୀୟ ନୌସେନା ପକ୍ଷରୁ ମୁତୟନ ହୋଇଥିବା ଆଗଧାଡିର ୩ ଯୁଦ୍ଧପୋତ ମଙ୍ଗଳବାରଠାରୁ ଆଜି ପର୍ଯ୍ୟନ୍ତ ମୋଟ୍ ୪୧୦ଜଣଙ୍କୁ ଉଦ୍ଧାର କରିଛି । ଆଇଏନଏସ କୋଲକାତା ୧୪୬ଜଣଙ୍କୁ ଉଦ୍ଧାର କରିଥିବା ବେଳେ ଆଇଏନଏସ କୋଚି ଓ ଆଇଏନଏସ ତଲୱାର ଅବଶିଷ୍ଠ ଲୋକଙ୍କୁ ଉଦ୍ଧାର କରିଛି ।

ପ୍ରତିକୂଳ ପରିସ୍ଥିତିରେ ଜୀବନକୁ ବାଜିଲଗାଇ ନୌସେନାର ଯବାନମାନେ କେବଳ ମଙ୍ଗଳବାର ସକାଳେ ୧୩୨ଜଣଙ୍କୁ ଗଭୀର ସମୁଦ୍ରରୁ ଉଦ୍ଧାର କରିଥିଲେ । ବର୍ତ୍ତମାନ ସୁଦ୍ଧା ମୁମ୍ବାଇରେ ୧୨୭ଜଣ ନିଖୋଜ ଥିବାରୁ ସେମାନଙ୍କୁ ଠାବ କରିବା ଲାଗି ନୌସେନା ଦିନରାତି ଏକ କରିଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି