Masthead

ସିକ୍କିମ୍‌ରେ କ୍ଲିନ୍‌ ସ୍ୱିପ୍‌ କରିବ ଏସ୍‌କେଏମ୍‌

ସିକ୍କିମ (ବଡ଼ ଖବର ବ୍ୟୁରୋ): ସିକ୍କିମ୍‌ରେ କ୍ଲିନ୍‌ ସ୍ୱିପ୍‌ କରିବ ଏସ୍‌କେଏମ୍‌। ଏଠାରେ ମ୍ୟାଜିକ୍ ନମ୍ବର ପାର୍‌ କରିବା ଦିଗରେ ସିକ୍କିମ୍‌ କ୍ରାନ୍ତିକାରୀ ମୋର୍ଚ୍ଚା। ଏଠାରେ ୩୨ ସିଟରୁ ୩୧ଟି ସିଟରେ ଦଳ କ୍ଲିନ୍ ସ୍ୱିପ୍ କଲା ଭଳି ଟ୍ରେଣ୍ଡ ସାମ୍ନାକୁ ଆସୁଛି । କେବଳ ଗୋଟିଏ ସିଟରେ ବର୍ତ୍ତମାନ ସୁଦ୍ଧା ଏସଡିଏଫର ପ୍ରାର୍ଥୀ ଆଗୁଆ ଅଛନ୍ତି । ଅନ୍ୟପଟେ ବିଜେପି ଏବଂ କଂଗ୍ରେସ ଏଠାରେ ଖାତା ଖୋଲିପାରିନାହାନ୍ତି । ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଯଦି ପୁଣିଥରେ ଏଠାରେ ସିକ୍କିମ କ୍ରାନ୍ତିକାରୀ ମୋର୍ଚ୍ଚା ସରକାର ଗଢେ, ତେବେ ମୁଖ୍ୟମନ୍ତ୍ରୀ ଆସନରେ ବସିବେ ବର୍ତ୍ତମାନ ରାଜ୍ୟର ମୁଖ୍ୟମନ୍ତ୍ରୀ ଥିବା ପ୍ରେମ ସିଂହ ତମାଙ୍ଗ ।

ଲଗାତାର ଦ୍ୱିତୀୟ ଥର ପାଇଁ ସେ ମୁଖ୍ୟମନ୍ତ୍ରୀ ଆସନରେ ବସିପାରନ୍ତି । ସେପଟେ ନିର୍ବାଚନ ଫଳାଫଳ ସାମ୍ନାକୁ ଆସିବା ପରେ ଏସ୍‌କେଏମ୍‌ର କର୍ମୀମାନେ ଉତ୍ସବ ଆରମ୍ଭ କରିଦେଇଛନ୍ତି। ସିକ୍କିମ୍‌ ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତୋମାଙ୍ଗ ରେନକ ଓ ସୋରେଙ୍ଗ ଉଭୟ ଆସନରେ ଜିତିଛନ୍ତି। ସେ ଲଗାତର ଦ୍ୱିତୀୟ ଥର ପାଇଁ ଏଠାରେ ସରକାର ଗଠନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ସେ ଆଜି ଅପରାହ୍ଣରେ ରାଜ୍ୟପାଳଙ୍କୁ ଭେଟିବେ। ପ୍ରେମ ସିଂହ ତମାଙ୍ଗ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନର ଦାବି ଉପସ୍ଥାପନ କରିବା ପ୍ରସ୍ତୁତି ଆରମ୍ଭ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ