Masthead

ଯୁକ୍ତ୨ ଥିଓରି ପରୀକ୍ଷା, ଉତ୍ତର ଖାତାରେ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମାର୍ଚ୍ଚ ପହିଲାରୁ ଆରମ୍ଭ ହେବ ଯୁକ୍ତ୨ ଥିଓରି ପରୀକ୍ଷା । ଏଥର ଉତ୍ତର ଖାତାରେ କରାଯାଇଛି ସାମାନ୍ୟ ପରିବର୍ତ୍ତନ । ଏଥର ୩୦ ପୃଷ୍ଠାର ଉତ୍ତର ଖାତାରେ ଛାତ୍ରଛାତ୍ରୀ ଦେବେ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଏହି ପରୀକ୍ଷା ଦେବାକୁ ଥିବା ରେଗୁଲାର ତଥା ୨୦୨୧ରେ ପଞ୍ଜୀକରଣ କରିଥିବା ଛାତ୍ରଛାତ୍ରୀଙ୍କୁ ୩୦ ପୃଷ୍ଠାର ଉତ୍ତର ଖାତା ପ୍ରଦାନ କରାଯିବ। ୨୦୨୦ ପୂର୍ବରୁ ପଞ୍ଜୀକରଣ କରିଥିବା ଏକ୍ସ-ରେଗୁଲାର ପରୀକ୍ଷାର୍ଥୀଙ୍କୁ ୨୮ ପୃଷ୍ଠାର ଉତ୍ତର ଖାତା ଦିଆଯିବ। କୌଣସି ବି ପରିସ୍ଥିତିରେ ପରୀକ୍ଷାର୍ଥୀଙ୍କୁ ଅତିରିକ୍ତ ଉତ୍ତର ଖାତା ଦିଆଯିବ ନାହିଁ। ଥିଓରି ପରୀକ୍ଷା ଲାଗି ଉଦ୍ଦିଷ୍ଟ ଉତ୍ତର ଖାତାକୁ କୌଣସି ବି ପରୀକ୍ଷା କେନ୍ଦ୍ର କର୍ତ୍ତୃପକ୍ଷ ପ୍ରାକ୍ଟିକାଲ ପରୀକ୍ଷାରେ ବ୍ୟବହାର କରିପାରିବେ ନାହିଁ।

ଏନେଇ ପରିଷଦ ଅଧୀନ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ, ପ୍ରଧାନଶିକ୍ଷକ , ପ୍ରଧାନଶିକ୍ଷୟିତ୍ରୀଙ୍କୁ ପରିଷଦ ପରୀକ୍ଷା ନିୟନ୍ତ୍ରଣ ନିର୍ଦ୍ଦେଶ ଦେଇଛନ୍ତି। ଏଥର ବି ଦୁଇଟି ପର୍ଯ୍ୟାୟରେ ପରିକ୍ଷା ପରିଚାଳନା ହବ୍‌(ଇଏମ୍‌ଏଚ୍‌)କୁ ପ୍ରଶ୍ନପତ୍ର ପଠାଯିବ। ମାର୍ଚ୍ଚ ୧ରୁ ୧୮ ତାରିଖ ମଧ୍ୟରେ ହେବାକୁ ଥିବା ବିଷୟଗୁଡ଼ିକର ପରୀକ୍ଷା ଲାଗି ଫେବ୍ରୁ୍ଆରି ୨୨ରୁ ୨୬ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୧୮ ପରେ ହେବାକୁ ଥିବା ପରୀକ୍ଷା ଲାଗି ମାର୍ଚ୍ଚ ୧୫ରୁ ୧୮ ମଧ୍ୟ‌ରେ ଦ୍ବିତୀୟ ପର୍ଯ୍ୟାୟ ପ୍ରଶ୍ନପତ୍ର ପଠାଯିବ। ପ୍ରଶ୍ନପତ୍ର ସମେତ ପରୀକ୍ଷା ସମ୍ପର୍କିତ ଅନ୍ୟାନ୍ୟ କାଗଜପତ୍ର ମଧ୍ୟ ପଠାଯିବାକୁ ଥିବାରୁ ହବ୍‌ରେ ସିସିଟିଭି ଲଗାଇବା ସହ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି