Masthead

ପଞ୍ଜାବର ବିଜୟଧାରା ରୋକିବ କି ରାଜସ୍ଥାନ

ଦୁବାଇ, (ବଡ଼ ଖବର ବ୍ୟୁରୋ): ଆଜି ଆଇପିଏଲ ତ୍ରୟୋଦଶ ସିଜନର ୫୦ତମ ମ୍ୟାଚରେ ମୁହାଁମୁହିଁ ହେବେ କିଙ୍ଗସ ଏକାଦଶ ପଞ୍ଜାବ ଓ ରାଜସ୍ଥାନ ରୟାଲ୍ସ । ଉଭୟ ଦଳ ଆଜି ସେମାନଙ୍କ ତ୍ରୟୋଦଶ ମ୍ୟାଚ ଆବୁଧାବିରେ ଖେଳିବେ । ପଞ୍ଜାବ ୧୨ଟି ମ୍ୟାଚ ଖେଳି ୬ ବିଜୟ ସହ ପଏଣ୍ଟ ଟେବୁଲର ଚତୁର୍ଥ ସ୍ଥାନରେ ଥିବାବେଳେ ରାଜସ୍ଥାନ ୧୨ ମ୍ୟାଚ ଖେଳି ୫ ବିଜୟ ସହ ପଏଣ୍ଟ ଟେବୁଲର ସପ୍ତମ ସ୍ଥାନରେ ରହିଛି । ଲଗାତର ୫ଟି ମ୍ୟାଚରେ ବିଜୟଧାରା ଜାରି ରଖିଥିବା ପଞ୍ଜାବ ଆଜିର ମ୍ୟାଚ ଜିତି ପ୍ଲେ ଅଫକୁ ଯିବା ପାଇଁ ପାଦ ଆଗକୁ ବଢ଼ାଇବ । ସେହିପରି ରାଜସ୍ଥାନ ଆଜିର ମ୍ୟାଚକୁ ଜିତି ପ୍ଲେ ଅଫ ରେସରେ ମଧ୍ୟ ସାମିଲ ହେବ । ଆଇପିଏଲ ଇତିହାସରେ ଉଭୟ ଦଳ ୨୦ଥର ମୁହାଁମୁହିଁ ହୋଇଛନ୍ତି । ପଞ୍ଜାବ ୯ଥର ଓ ରାଜସ୍ଥାନ ୧୧ଥର ବାଜି ମାରିଛି । ଚଳିତ ସିଜନରେ ଉଭୟ ଦଳ ମଧ୍ୟରେ ଖେଳାଯାଇଥିବା ମୁକାବିଲାରେ ରାଜସ୍ଥାନ ୪ ୱିକେଟରେ ପଞ୍ଜାବକୁ ପରାସ୍ତ କରିଥିଲା । ଆଜିର ମ୍ୟାଚକୁ ପଞ୍ଜାବ ଜିତି ଗତ ମ୍ୟାଚର ପ୍ରତିଶୋଧ ନେବା ସହ ପ୍ଲେ ଅଫକୁ ଯିବା ପାଇଁ ଚେଷ୍ଟା କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ