Masthead

ସାପ କାମୁଡ଼ାରେ ଦୁଇ ଭଉଣୀଙ୍କ ମୃତ୍ୟୁ

ସୁବର୍ଣ୍ଣପୁର,(ବଡ଼ ଖବର ବ୍ୟୁରୋ ): ସାପ କାମୁଡାରେ ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ । ଏଭଳି ଏକ ଦୁଃଖଦ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ପଞ୍ଚମହଲା ଗ୍ରାମରେ । ମଙ୍ଗଳବାର ରାତ୍ରିରେ ବାଲଗୋପାଳ ଜଗଦଲାଙ୍କ ଦୁଇ ଝିଅ ନିକିତା ଓ ଅର୍ଚ୍ଚିତା ଖାଇସାରି ସାଙ୍ଗ ହୋଇ ଶୋଇଥିଲେ । ଏହି ସମୟରେ ଏକ ବିଷାକ୍ତ ସାପ ଆସି ଅର୍ଚ୍ଚିତାଙ୍କ କାନକୁ, ନିକିତାଙ୍କ ଗୋଡକୁ କାମୁଡି ଦେଇଥିଲା । ଗୁରୁତର ଅବସ୍ଥାରେ ପରିବାରଲୋକେ ସେମାନଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ସୋନପୁର ପୋଲିସ ମୃତ ଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି । ଦୁଇ ଭଉଣୀଙ୍କ ମୃତ୍ୟୁରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ